ରାଜ୍ୟରେ ଆସନ୍ତା ୨୪ ଘଣ୍ଟାରେ ବର୍ଷା ସମ୍ଭାବନା

0

ଭୁବନେଶ୍ୱର : ରାଜ୍ୟରେ ଆସନ୍ତା ୨୪ ଘଣ୍ଟାରେ ବର୍ଷା ସମ୍ଭାବନା । ହାଲୁକାରୁ ମଧ୍ୟମ ଧରଣର ବର୍ଷା ନେଇ ପାଣିପାଗ ବିଭାଗର ପୂର୍ବାନୁମାନ । କେନ୍ଦ୍ରାପଡ଼ା, ଜଗତସିଂହପୁର ଓ ପୁରୀ ଜିଲ୍ଲାର କିଛି କିଛି ସ୍ଥାନରେ ବର୍ଷାର ପ୍ରଭାବ ଦେଖିବାକୁ ମିଳିପାରେ । ଆସନ୍ତା ୨୦ ତାରିଖ ପର୍ୟ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ହାଲୁକା ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଇଥିବା ବେଳେ ଘନ କୁହୁଡି ସ୍ଥିତି କଳାହାଣ୍ଡି, କନ୍ଧମାଳ, କୋରାପୁଟ, ନବରଙ୍ଗପୁର, ସୁନ୍ଦରଗଡ, କେଉଁଝର ଓ ଝାରସୁଗୁଡା ଜିଲ୍ଲାରେ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର । ସେହିପରି ଆଗକୁ ଶୀତ ବଢିବାର ସମ୍ଭାବନା ରହିଛି । ରାଜ୍ୟରେ ୧୭ ତାରିଖରେ ବରଗଡ଼, ସୁନ୍ଦରଗଡ଼, ଝାରସୁଗୁଡ଼ା, କେନ୍ଦୁଝର, ସମ୍ବଲପୁର, ଦେବଗଡ଼ ଓ ମୟୂରଭଞ୍ଜର କିଛି ସ୍ଥାନରେ ବର୍ଷା ହୋଇପାରେ । ସେହିଭଳି ସୁନ୍ଦରଗଡ଼, କେନ୍ଦୁଝର, ଦେବଗଡ଼, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, ଯାଜପୁର, ବାଲେଶ୍ୱର ଓ ଭଦ୍ରକ ଜିଲ୍ଲାର କିଛି ସ୍ଥାନରେ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।