୧୦ ତରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ଲାଗି ରହିବ ବର୍ଷା

0

ଭୁବନେଶ୍ୱର : ବଙ୍ଗୋପସାଗରେ ଘନୀଭୂତ ହେଉଛି ସୃଷ୍ଟ ଲଘୁଚାପ । ଏହା ଘନୀଭୂତ ହୋଇ କ୍ରମଶଃ ଉତ୍ତର ଦିଗରେ ଗତି କରିବ । ଏହାର ପ୍ରଭାବରେ ଆସନ୍ତା ୧୦ ତରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ଲାଗି ରହିବ ବର୍ଷା । ଏନେଇ ପୂର୍ବନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ । ତେବେ ଏନେଇ ଆଜି ପାଇଁ ୨୨ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ଘଡଘଡି, ବିଜୁଳି ସହ ପ୍ରବଳ ବର୍ଷା ପାଇଁ ଏସବୁ ଜିଲାକୁ ସତର୍କ ସୂଚନା ଜାରି କରାଯାଇଛି । ଏହାସହ ବର୍ଷାର ପରିମାଣ ଓ ବିସ୍ତୃତି ବଢିବ । ୨୨ ଜିଲା ମଧ୍ୟରେ ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡା, ନୟାଗଡ, ଅନୁଗୁଳ, ଢେଙ୍କାନାଳ, ବାଲେଶ୍ୱର, ଭଦ୍ରକ, ମୟୂରଭଞ୍ଜ, କେନ୍ଦୁଝର, ଝାରସୁଗୁଡା, ଦେବଗଡ, ସମ୍ବଲପୁର, ଗଞ୍ଜାମ, ଗଜପତି, କୋରାପୁଟ, ରାୟଗଡା, ମାଲକାନଗିରି, ନବରଙ୍ଗପୁରକୁ ବର୍ଷା ପାଇଁ ସତର୍କ ସୂଚନା ଜାରି କରାଯାଇଛି । ସେହିପରି ୮ ତାରିଖରେ ଦକ୍ଷିଣ ଉପକୂଳ ଏବଂ ଆଭ୍ୟନ୍ତରୀଣ ଓଡିଶାରେ ପ୍ରବଳ ବର୍ଷିବ । ୯ ତାରିଖରୁ ପ୍ରବଳ ବର୍ଷା ସହ ପବନର ବେଗ ବଢିବ । ୮,୯ ଓ ୧୦ ତାରିଖରେ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ଯିବାକୁ ବାରଣ କରାଯାଇଛି ।