ରାଜ୍ୟରେ ମୌସୁମୀର ପ୍ରଭାବ ସକ୍ରିୟ ଥିବା ଯୋଗୁଁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା

0

ପାଣିପାଗ: ରାଜ୍ୟରେ ସକ୍ରିୟ ମୌସୁମୀ । ରାଜ୍ୟରେ ମୌସୁମୀର ପ୍ରଭାବ ସକ୍ରିୟ ଥିବା ଯୋଗୁଁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି । ପଣିପାଗ ବିଭାଗର ଆକଳନ ଅନୁଯାୟୀ ଆସନ୍ତାକାଲି ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଆଜି ପ୍ରବଳ ବର୍ଷା ନେଇ ୧୩ ଜିଲ୍ଲା ବରଗଡ, ସମ୍ବଲପୁର, ଝାରସୁଗୁଡା, ସୁନ୍ଦରଗଡ, ଦେବଗଡ, ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡା, ଅନୁଗୁଳ, କେନ୍ଦୁଝର, ଜଗତସିଂହପୁର ଏବଂ ଯାଜପୁର ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି। ଆସନ୍ତାକାଲି ୭୦ ରୁ ୧୧୦ ମିଲିମିଟର ପର୍ୟ୍ୟନ୍ତ ବର୍ଷା ସମ୍ଭାବନା ଥିବାରୁ ୪ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ୯ ତାରିଖ ବେଳକୁ ପାଗରେ ପରିବର୍ତ୍ତନ ହେବ । ୧୧ ରୁ ୧୩ ତାରିଖ ମଧ୍ୟରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ନେଇ ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର । ତେବେ ୯ ରୁ ୧୧ ତାରିଖ ପର୍ୟ୍ୟନ୍ତ ସକ୍ରିୟ ମୌସୁମୀ ପ୍ରଭାବରେ ରାଜ୍ୟର କିଛି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ।

           ତେବେ ଗତ ୨୪ ଘଣ୍ଟାରେ ସେମିଳିଗୁଡାରେ ସର୍ବାଧିକ ବର୍ଷା ରେକର୍ଡ କରାଯାଇଛି । ସେମିଳିଗୁଡାରେ ସର୍ବାଧିକ ୧୫୮ ମିଲି ମିଟର ବର୍ଷା ରେକର୍ଡ ହୋଇଛି । ରାସ୍ତା ଘାଟ ସବୁଠି ବର୍ଷା ପାଣି ଜମି ରହିଥିବାର ଦୃଶ୍ୟ ଦେଖିବାକୁ ମିଳୁଛି । ସେପଟେ ରାଜ୍ୟର ଅନ୍ୟ ୯ଟି ସ୍ଥାନରେ ପ୍ରବଳ ବର୍ଷା ରେକର୍ଡ କରାଯାଇଛି ।