ଭୁବନେଶ୍ୱର: ସାରା ରାଜ୍ୟକୁ ମୌସୁମୀ ଛୁଇଁବା ଫଳରେ ଜାରି ରହିଛି ବର୍ଷା । ରାଜ୍ୟର ସବୁ ଜିଲ୍ଲାକୁ ଦକ୍ଷିଣ- ପଶ୍ଚିମ ମୌସୁମୀ ବାୟୁ ଅଗ୍ରସର ହେଉଥିବା କହିଛି ଅଞ୍ଚଳିକ ପାଣିପାଗ ବିଭାଗ । ମୌସୁମୀ ପ୍ରଭାବରେ ସାରା ରାଜ୍ୟରେ ମେଘୁଆ ପାଗ ଦେଖା ଦେଇଥିବା ବେଳେ ଅନେକ ସ୍ଥାନରେ ବର୍ଷା ହୋଇଯାଇଛି। ଆସନ୍ତା ୪ଦିନ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି । ଆଜି ଖୋର୍ଦ୍ଧା, ପୁରୀ, ଗଞ୍ଜାମ, ଜଗତସିଂହପୁର ଓ କଟକ ଜିଲ୍ଲାରେ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଥିବା ବେଳ ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର, ଢେଙ୍କାନାଳ, ନୟାଗଡ଼, ବୌଦ୍ଧ, କନ୍ଧମାଳ, ଗଜପତି, ରାୟଗଡ଼ା, କଳାହାଣ୍ଡି, ମାଲକାନାଗିରି, କୋରାପୁଟ ଓ ନବରଙ୍ଗପୁର ଆଦି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏଥିସହ ରାଜ୍ୟର ଅବଶିଷ୍ଟ ଜିଲ୍ଲାରେ ମଧ୍ୟ ବର୍ଷା ସମ୍ଭାବନା ରହିଛି। ଆସନ୍ତାକାଲି ରାଜଧାନୀ ଭୁବନେଶ୍ବର ତଥା ଏହାର ଆଖପାଖ ଅଞ୍ଚଳର ଆକାଶ ମେଘାଚ୍ଛନ୍ନ ରହିବ।ଭୁବନେଶ୍ବରର ସର୍ବୋଚ୍ଚ ତାପମାତ୍ରା ୩୨ ଡିଗ୍ରି ଓ ସର୍ବନିମ୍ନ ତାପମାତ୍ରା ୨୫ଡିଗ୍ରି ମଧ୍ୟରେ ରହିବ।