ନବୀନଙ୍କୁ ରାଜାଙ୍କ ଚିଠି; ଦଳର ସଂଗଠନକୁ ହାଇଜାକ୍ କରିବାକୁ ଦିଆ ନଯାଉ

0

ଭୁବନେଶ୍ୱର;ସାଂଗଠନିକ ନିର୍ବାଚନ ଭିତରେ ନବୀନ ଙ୍କୁ ଚିଠି ଲେଖିଛନ୍ତି ବରିଷ୍ଠ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ । ଯେଉଁ ଚିଠି ଦଳୀୟ ମହଲରେ ସୃଷ୍ଟି କରିଛି ଆଲୋଡନ । ସଂଗଠନରେ ସଂରକ୍ଷଣ କରିବାକୁ ସେ ସଭାପତିଙ୍କୁ ପ୍ରସ୍ତାବ ଦେଇଛନ୍ତି ରାଜା । ଆହୁରି ଲେଖିଛନ୍ତି , ବିଜେଡି ସାମାଜିକ ନ୍ୟାୟ, ଧର୍ମନିରପେକ୍ଷତା ଓ ଆଞ୍ଚଳିକ ସନ୍ତୁଳନକୁ ନେଇ ଆଗକୁ ବଢ଼ିବା ଉଚିତ। ଏସ୍‌ସି, ଏସ୍‌ଟି, ଓବିସି, ସଂଖ୍ୟାଲଘୁ ଓ ମହିଳାଙ୍କୁ ସେମାନଙ୍କ ସଂଖ୍ୟା ଅନୁପାତରେ ବିଜେଡିର ରାଜ୍ୟ, ଜିଲ୍ଲା ଓ ବ୍ଳକ୍ କମିଟିରେ ସ୍ଥାନ ମିଳୁ । କିଛି ଲୋକଙ୍କୁ ଦଳର ସଂଗଠନକୁ ହାଇଜାକ୍ କରିବାକୁ ଦିଆ ନଯାଉ । ସେ ଏହା ବି ସତର୍କ କରାଇ ଦେଇଛନ୍ତି, ୱକପ୍ ବିଲ୍‌ ବିବାଦ ଆମର ଧର୍ମନିରପେକ୍ଷତାରେ ପ୍ରଶ୍ନ ଚିହ୍ନ ଲଗାଇ ଦେଇଛି । ତେଣୁ ଧର୍ମନିରପେକ୍ଷ ଓ ସାମାଜିକ ନ୍ୟାୟ ଆଦର୍ଶକୁ ଉଜ୍ଜୀବିତ ରଖିବାକୁ ଉଚିତ ପଦକ୍ଷେପ ନିଆଯାଉ।