ଭୁବନେଶ୍ୱର: ବନ୍ଧା ହେଲେ ପଞ୍ଚାୟତିରାଜ ବାବୁ । ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗର ବ୍ୟକ୍ତିଗତ ସଚିବ ଗିରଫ ।ବ୍ୟକ୍ତିଗତ ସଚିବ ରମେଶ ଜେନାଙ୍କୁ ଗିରଫ କଲା ଭିଜିଲାନ୍ସ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ରମେଶ ଜେନାଙ୍କୁ ଗିରଫ କରାଯାଇଛି । ଗତ କାଲି ୮ ଟି ସ୍ଥାନରେ ଚଢାଉ କରିଥିଲା ଭିଜିଲାନ୍ସ । ଭୁବନେଶ୍ୱର କଳିଙ୍ଗନଗରରେ ଥିବା ଦୁଇ ମହଲା ବିଶିଷ୍ଟ ଘର, ଭୁବନେଶ୍ୱର ଗୋଠପାଟଣା ଥିବା ୩ମହଲା ବିଶିଷ୍ଟ କୋଠା, ପୁରୀ ଖୁଣ୍ଟିଆ ବାଣପୁରରେ ଥିବା ପୈତୃକ ଘର, ୟୁନିଟ ୨ରେ ଥିବା ସରକାରୀ କ୍ୱାର୍ଟର୍ସ, ଖୋର୍ଦ୍ଧା ଟାଙ୍ଗିରେ ଥିବା ସମ୍ପର୍କୀୟ ଘର ଓ ଅଫିସ୍ ଚାମ୍ବରର ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରିଥିଲା । ରମେଣଙ୍କ ଆୟ ଠାରୁ ୧୨୩ ପ୍ରତିଶତ ଅଧିକ ସମ୍ପତ୍ତି ଠାବ କରାଯାଇଛି । ଚଢ଼ାଉରେ ୮ ଜଣ ଡିଏସିପି, ୩ଜଣ ଇନ୍ସପେକ୍ଟର,୧୦ ଜଣ ଏଏସ୍ଆଇ ସମେତ ଅନ୍ୟ ଷ୍ଟାଫ ସାମିଲ ହୋଇଥିଲେ ।