ଘରେ ବସି ଚାଉଳ ପାଇପାରିବେ ରାସନ କାର୍ଡ ହିତାଧିକାରୀ
ତତ୍କାଳୀନ ବିଜେଡି ସରକାର ବିରୁଦ୍ଧରେ ବିଧାନସଭାରେ ସାଙ୍ଘାତିକ ଅଭିଯୋଗ ଆଣିଲେ ଖାଦ୍ୟ ଯୋଗାଣ ମନ୍ତ୍ରୀ
ଭୁବନେଶ୍ୱର : ଘରେ ବସି ଚାଉଳ ପାଇପାରିବେ ରାସନ କାର୍ଡ ହିତାଧିକାରୀ | ଯେଉଁମାନେ ପଞ୍ଚାୟତ ଅଫିସ ଆସିପାରୁନାହାନ୍ତି ସେମାନଙ୍କୁ ଘରେ ଚାଉଳ ପଂହଁଚାଇବା ପାଇଁ ବ୍ୟବସ୍ଥା କରୁଛନ୍ତି ରାଜ୍ୟ ସରକାର | ସେହିଭଳି ଯେଉଁ ମାନଙ୍କ ବୟସ ଅଧିକ ଯୋଗୁଁ ଟିପ ଚି଼ହ୍ନ କାମ କରୁନାହିଁ ସେମାନଙ୍କ ପାଇଁ ସ୍ୱତନ୍ତ୍ର ଆପ ଆଣିବେ ସରକାର | ଗୃହରେ ଉତ୍ତର ରଖିଲେ ଖାଦ୍ୟ ଯୋଗାଣ ମନ୍ତ୍ରୀ |
ଏହାପରେ ତତ୍କାଳୀନ ବିଜେଡି ସରକାର ବିରୁଦ୍ଧରେ ବିଧାନସଭାରେ ସାଙ୍ଘାତିକ ଅଭିଯୋଗ ଆଣିଲେ ଖାଦ୍ୟ ଯୋଗାଣ ମନ୍ତ୍ରୀ । ମନ୍ତ୍ରୀ କହିଥିଲେ ଆମ ବିଭାଗ ଭୂତ ହିତାଧିକାରୀ ଏବଂ ଧନୀ ଲୋକଙ୍କୁ ରାସନ କାର୍ଡରୁ ବାଦ ଦେଉଛନ୍ତି । ଗରିବ ଲୋକଙ୍କୁ ବାଦ ଦିଆଯାଉନି କି ଯିବନି । ସେହିପରି ଆହୁରି କହିଛନ୍ତି “ବିଜେଡି ସରକାର ସମୟରେ ରାସନ ଡିଲର ସବୁ ଖାଇ କି ଖୋଳ କରିଦେଇଛନ୍ତି । ନିର୍ବାଚନ ବେଳେ ସେଇମାନେ ବିଜେଡି ପାଇଁ ଟଙ୍କା ବାଂଟୁ ଥିଲେ । ଯଦି ବର୍ତ୍ତମାନ ସେମିତି କେହି ଦୁର୍ନୀତି କରନ୍ତି ସେମାନଙ୍କ ବିରୁଦ୍ଧରେ ହେବ କାର୍ଯ୍ୟାନୁଷ୍ଠାନ।” ଗୃହରେ ଉତ୍ତର ରଖିଲେ ଖାଦ୍ୟ ଯୋଗାଣ ମନ୍ତ୍ରୀ ।