ମରଣଯନ୍ତା ପାଲଟିଥିବା ରାସ୍ତାପାଇଁ ଆଜି ବିନିକା ବନ୍ଦ

0

ସୁବର୍ଣ୍ଣପୁର : ରାସ୍ତା ପାଇଁ ରାସ୍ତାରୋକ I ମରଣଯନ୍ତା ରାସ୍ତାପାଇଁ ଆଜି ବିନିକା ବନ୍ଦ Iବିନିକା କଲେଜ ଛକରେ ଟାୟାର ଜାଳି ରାସ୍ତାରୋକ Iବର୍ଷବର୍ଷ ଧରି ସୁବର୍ଣ୍ଣପୁର ଜିଲ୍ଲା ବିନିକା ସହରର ପାପକ୍ଷୟ ଛକରୁ ଡଭଲା ଛକ ପର୍ଯ୍ୟନ୍ତ ମୁଖ୍ୟରାସ୍ତା ମରଣଯନ୍ତା ପାଲଟିଥିବାରୁ ବିନିକା ସଚେତନ ନାଗରିକ ମଞ୍ଚ ତରଫରୁ ସକାଳ 6 ଘଣ୍ଟାରୁ ଅପରାହ୍ନ 2 ଟା ପର୍ଯ୍ୟନ୍ତ ବିନିକାକୁ ବନ୍ଦ ଡାକରା ଦିଆଯାଇଛି I

ତେବେ ମରଣଯନ୍ତା ରାସ୍ତାପାଇଁ ନିତିଦିନ ଛୋଟବଡ଼ ଦୁର୍ଘଟଣା ଘଟିବା ସହିତ ଖାଲଢିପ ଓ ଧୂଳିମୟ ରାସ୍ତାରେ ଯାତାୟାତ କରି ଲୋକେ ନାହିନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି Iଯେଉଁଥିପାଇ ଆଜି ବିନିକାକୁ 8 ଘଣ୍ଟିଆ ବନ୍ଦ ଡାକରା ଦେଇଛି ବିନିକା ସଚେତନ ନାଗରିକ ମଞ୍ଚ Iତେବେ ଏଇ ବନ୍ଦ ପାଳନରେ କେବଳ ଜରୁରୀ ସେବାକୁ ବାଦଦେଇ ସହରର ସମସ୍ତ ଦୋକାନ ବଜାର,ସ୍କୁଲ, କଲେଜ,ବ୍ୟାଙ୍କ,ସରକାରୀ ବେସରକାରୀ ଅନୁଷ୍ଠାନ,ଗାଡି ଚଳାଚଳ ଆଦି ସମ୍ପୂର୍ଣ ଭାବେ ବନ୍ଦ କରାଯାଇଛି I