ନୂଆଦିଲ୍ଲୀ: ଫେବ୍ରୁଆରୀ ୧ରେ ଘୋଷିତ ବଜେଟ୍ରେ ରେଲୱେକୁ ୨.୫୨ ଲକ୍ଷ କୋଟି ଟଙ୍କା ଆବଣ୍ଟିତ ହୋଇଛି । ଏଥିରୁ ଓଡ଼ିଶା ପାଇଁ ୧୦ ହଜାର ୫୯୯ କୋଟି ଟଙ୍କା ରହିଥିବା ମନ୍ତ୍ରୀ ସୂଚନା ଦେଇଛନ୍ତି । ମୋଦିଙ୍କ ତୃୀତୟ ପାଳିରେ ଓଡ଼ିଶାକୁ ୨୦ ହଜାର କୋଟି ମିଳିବ ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି । ଓଡ଼ିଶାରେ ଚାଲିଛି ୬ଟି ବନ୍ଦେ ଭାରତ ଏକ୍ସପ୍ରେସ୍ ଏବଂ ଆଗାମୀ ଦିନରେ ଓଡ଼ିଶାରେ ଅଧିକ ଟ୍ରେନ୍ ଚାଲିବା ଲାଗି ବ୍ୟବସ୍ଥା କରାଯାଉଛି ବୋଲି ଅଶ୍ୱିନୀ ବୈଷ୍ଣବ କହିଛନ୍ତି ।
ସେ କହିଛନ୍ତି, ଓଡ଼ିଶାରେ ୧୦ ବର୍ଷରେ ୨୦୪୬ କିମି ନୂଆ ଟ୍ରାକ ନିର୍ମାଣ ହୋଇଛି। ଓଡ଼ିଶାରେ ନବନିର୍ମିତ ଟ୍ରାକ ମାଲେସିଆରେ ଥିବା ଟ୍ରାକଠୁ ଅଧିକ। ଓଡ଼ିଶାରେ ୬ଟି ବନ୍ଦେ ଭାରତ ବର୍ତ୍ତମାନ ଚାଲୁଛି। ଏହା ଛଡ଼ା ୭୮ ହଜାର କୋଟିର ପ୍ରକଳ୍ପ ନିର୍ମାଣ ଚାଲିଛି। ଓଡ଼ିଶାରେ ୧୮୯୮ କିମି ଟ୍ରାକ୍ରେ କବଚ ଲାଗିବା କାମ ମଧ୍ୟ ସରିଛି।