ବିଜୁ ପଟ୍ଟନାୟକଙ୍କୁ ପୁଣି ସମ୍ମାନୀତ କରିବ ଋଷ

0

ପୁଣି ବିଜୁ ବାବୁଙ୍କୁ ସମ୍ମାନ ଦେବ ଋଷ । ୧୯୪୧ରୁ ୧୯୪୫ ମଧ୍ୟରେ ହୋଇଥିବା ଦ୍ବିତୀୟ ବିଶ୍ବଯୁଦ୍ଧ ବେଳେ ସୋଭିଏତ ୟୁନିୟନକୁ ସହାୟତାକୁ ସ୍ମରଣ କରି ସମ୍ମାନ ଦେବାକୁ ଯାଉଛି ଶକ୍ତିଶାଳୀ ଋଷ । ନାଜି ହିଟଲର ବିରୋଧରେ ବିଜୟର ୮୦ ବର୍ଷ ପୂର୍ତ୍ତି ଅବସରରେ ବିଜୁ ପଟ୍ଟନାୟକଙ୍କୁ ସମ୍ମାନିତ କରିବାକୁ ଋଷ ଘୋଷଣା କରିଛି । ଋଷ ସରକାର ଓଡ଼ିଶାର ବରପୁତ୍ର ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କୁ ସମ୍ମାନିତ କରିବ। ଏହି ସମ୍ମାନ ମେ’ ୯ ତାରିଖରେ ନୂଆଦିଲ୍ଲୀସ୍ଥିତ ଋଷ ଦୂତାବାସରେ ଅନୁଷ୍ଠିତ ହେବ। ବିଜୁ ଜନତା ଦଳ (ବିଜେଡି) ସଭାପତି ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ମୁଖ୍ୟ ଅତିଥି ଭାବେ ନିମନ୍ତ୍ରଣ କରାଯାଇଛି। ବିଜୁ ବାବୁଙ୍କ ସୁପୁତ୍ର ନବୀନ ପଟ୍ଟନାୟକ ଏହି ସମ୍ମାନ ଗ୍ରହଣ କରିବେ। ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର ମୁଖ୍ୟ ଅତିଥି ଭାବେ ଉପସ୍ଥିତ ରହିବେ।