ଭୁବନେଶ୍ୱର: ଘୋଷଣା ହେଲା ଗଞ୍ଜାମ ଜିଲ୍ଲା ବିଜେପି ସଭାପତି । ବିଭିନ୍ନ ଜିଲ୍ଲାରେ ଦଳୀୟ କାର୍ଯ୍ୟାଳୟରେ ଜିଲ୍ଲା ସଭାପତି ଘୋଷଣା କରୁଛି ଦଳ । ଏଥିପାଇଁ ବରିଷ୍ଠ ନେତାଙ୍କୁ ବିଭିନ୍ନ ଜିଲ୍ଲାର ଦୀୟିତ୍ୱ ଦେଇଛି ପାର୍ଟି । ସର୍ବ ସହମତିରେ ସଭାପତି ଘୋଷଣା କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି । ତେବେ ସରୋଜ ସାବତଙ୍କୁ ଗଞ୍ଜାମ ଜିଲ୍ଲା ବିଜେପି ସଭାପତି ଭାବେ ଚୟନ କରାଯାଇଛି । ଦୁଇଟି ପର୍ଯ୍ୟାୟରେ ଘୋଷଣା ହୋଇପାରେ ରାଜ୍ୟ ବିଜେପି ଜିଲ୍ଲା ସଭାପତିଙ୍କ ନାମ । ଆଜି ପ୍ରଥମ ଦିନରେ ଘୋଷଣା ହେବ ୨୩ ସାଂଗଠନିକ ଜିଲ୍ଲାର ଜିଲ୍ଲା ସଭାପତିଙ୍କ ନାମ । ପ୍ରଥମ ପର୍ଯ୍ୟାୟରେ ୨୩ଟି ସାଂଗଠାନିକ ଜିଲ୍ଲାର ଜିଲ୍ଲା ସଭାପତି ନା ଘୋଷଣା ହେବା ପରେ ବାକି ୧୪ଟି ଜିଲ୍ଲା ସଭାପତିଙ୍କ ନାଁ ଦ୍ୱିତୀୟ ପର୍ଯ୍ୟାୟରେ ଘୋଷଣା କରାଯିବ ବୋଲି ସୂଚନା ରହିଛି ।