ଆଜି ମୁଖ୍ୟମନ୍ତ୍ରୀଙ୍କୁ ଭେଟିବେ ସୌରଭ ଗାଙ୍ଗୁଲି

0

ଭୁବନେଶ୍ୱର: ଆଜି ମୁଖ୍ୟମନ୍ତ୍ରୀଙ୍କୁ ଭେଟିବେ ସୌରଭ ଗାଙ୍ଗୁଲି । ଅପରାହ୍ନ ୨ଟାରେ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବେ ବିସିସିଆଇ ସଭାପତି ସୌରଭ ଗାଙ୍ଗୁଲି । ନିବାସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଅପରାହ୍ନ ୫ଟାରେ ସାକ୍ଷାତ କରିବେ ସୌରଭ ଗାଙ୍ଗୁଲି । ମୁଖ୍ୟମନ୍ତ୍ରୀଙ୍କୁ  ଭେଟିବା ପରେ ଗାଙ୍ଗୁଲି ବାରବାଟୀ ଷ୍ଟାଡିୟମ ଯାଇ ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ହେବାକୁ ଥିବା ଦ୍ୱିତୀୟ ଟି-୨୦ ମ୍ୟାଚ ଦେଖିବେ । ଆଜି ବାରବାଟୀରେ ହେବାକୁ ଥିବା ଦ୍ୱିତୀୟ ଟି-୨୦ ମ୍ୟାଚକୁ ଘଣ୍ଟି ବଜାଇ ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ ।