ସୁନ୍ଦରଗଡ଼ ଜିଲ୍ଲାରେ ସ୍କ୍ରବ୍ ଟାଇଫସ୍ ଏବେ ଚିନ୍ତାର କାରଣ

0

ବ୍ୟୁରୋ : ବଢ଼ିବାରେ ଲାଗିଛି ସ୍କ୍ରବ୍ ଟାଇଫସ୍ ଆକ୍ରାନ୍ତଙ୍କ ସଂଖ୍ୟା। ସୁନ୍ଦରଗଡ଼ ଜିଲ୍ଲାରେ ସ୍କ୍ରବ୍ ଟାଇଫସ୍ ଏବେ ଚିନ୍ତାର କାରଣ ପାଲଟିଛି । ଆଉ ଏବେ ଜିଲ୍ଲାରେ ୩ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଗତକାଲି ପରୀକ୍ଷା ପାଇଁ ପଠାଯାଇଥିବା ନମୁନା ମଧ୍ୟରୁ ୩ଟି ନମୁନା ପଜିଟିଭ୍ ଆସିଛି । ଏହା ସହ ଜିଲ୍ଲା ସ୍କ୍ରବ୍ ଟାଇଫସ୍ ପଜିଟିଭ୍ ସଂଖ୍ୟା ୧୮୩ରେ ପହଞ୍ଚିଛି । ସେହିପରି ଶନିବାର ହୋଇଥିବା ନମୁନା ପରୀକ୍ଷାରେ ୧୧ ଜଣ ପପଜିଟିଭ୍ ଚିହ୍ନଟ ହୋଇଥିଲେ । ଏହାରି ଭିତରେ ଜଣେ ରୋଗୀଙ୍କ ଜୀବନ ନେଇଛି ଏହି ସ୍କ୍ରବ୍ ଟାଇଫସ୍ । ଜିଲ୍ଲା ମୁଖ୍ୟ ଚକିତ୍ସା ଅଧିକାରୀ କହିଛନ୍ତି ହସ୍ପିଟାଲରେ ପର୍ୟ୍ୟାପ୍ତ ଔଷଧ ମହଜୁଦ ରଖାଯାଇଛି । ଏହା ସହ ସ୍ୱତନ୍ତ୍ର ଡାକ୍ତରୀ ଦଳ ପ୍ରସ୍ତୁତ ହୋଇ ରହିଛନ୍ତି ।
ସ୍କ୍ରବ ଟାଇଫସ ହେଲେ ଲମ୍ୱା ସମୟ ଧରି ଜ୍ୱର ହେବା ସହ ହାତଗୋଡ଼ ଓ ତଣ୍ଟି ବିନ୍ଧିବ ଓ ଝାଡ଼ା ଏବଂ କାଶ ହେବ। ପ୍ରାଥମିକ ଚିକିତ୍ସା କଲେ ରୋଗ ଭଲ ହୋଇଯିବ। ଚାଷ ଜମି ଓ ଜଙ୍ଗଲରେ ରହିଥାଏ ଲାର୍ଭା ମାଇଟ୍ସ ନାମକ ଏକ ପୋକ। ଏହି ପୋକ କାମୁଡ଼ିବା ପରେ ତା’ ଦେହରେ ଥିବା ଓରିଏଣ୍ଟାଲ୍ ଶୁଶୁକ ନାମକ ଏକ ବ୍ୟାକ୍ଟ୍ରିଆ ମଣିଷ ଶରୀର ଚର୍ମକୁ ଚାଲିଯାଇଥାଏ। ଯେଉଁ ସ୍ଥାନରେ ପୋକଟି କାମୁଡ଼ି ଥାଏ, ସେଠାରେ ପ୍ରଥମେ ଗୋଟିଏ ଛୋଟିଆ ବ୍ରଣ ଭଳି ହୋଇଯାଏ। ତା’ପରେ ଛୋଟିଆ ଘା’ ହୋଇଥାଏ। ଯାହାକୁ ସ୍କ୍ରବ ଟାଇଫସ୍ କୁହାଯାଇଥାଏ।