ଦଙ୍ଗା ଆଶଙ୍କାରେ ଭଦ୍ରକ ପୁରୁଣା ବଜାର ମଦିନା ମୈଦାନ ଅଞ୍ଚଳରେ ୧୪୪ ଧାରା ଜାରି

0

ଭଦ୍ରକ : ଭଦ୍ରକ ସହର ପୁରୁଣା ବଜାର ଥାନା ଅଧିନ ମଦିନା ମୈଦାନ ସମ୍ମୁଖରେ ସବିର ଖାଁ ନାମକ ଜଣେ ବ୍ୟକ୍ତି ଏକ ପ୍ରତିବାଦ ସଭା କରିବାକୁ ଆବେଦନ କରିଥିଲେ । ତେବେ ଏହି ପ୍ରତିବାଦ ସଭା ହେଲେ ସମ୍ପୃକ୍ତ ଅଞ୍ଚଳରେ ଆଇନ ଶୃଙ୍ଖଳା ବିପର୍ଯ୍ୟୟ ହୋଇ ଶାନ୍ତି ଭଙ୍ଗ ଓ ଦଙ୍ଗା ହେବା  ଆଶଙ୍କାରେ ଲାଗିଲା ୧୪୪ ଧାରା । ଏହା ସହିତ ହତ୍ୟା, ଦଙ୍ଗା ଓ ସାଧାରଣ ଜନତାଙ୍କ ଧନ, ଜୀବନ ନଷ୍ଟ ହେବାର ଯଥେଷ୍ଟ ସମ୍ଭାବନା ଥିବା ନେଇ ଭଦ୍ରକ ମୁସଲିମ ଜମାତର କାର୍ଯ୍ୟକର୍ତ୍ତା ଓ ସଭ୍ୟମାନଙ୍କ ଅଭିଯୋଗ ଭିତ୍ତିରେ ଭଦ୍ରକ ସବ ଡିଭିଜନାଲ ମାଜିଷ୍ଟ୍ରେଟ ତଥା ଉପ-ଜିଲ୍ଲାପାଳ ମନୋଜ ପାତ୍ର ଆଜି ଦିନ ୧୧ଟାରୁ ଆସନ୍ତା ୯ତାରିଖ ସକାଳ ୬ଟା ପର୍ଯ୍ୟନ୍ତ ମଦିନା ମୈଦାନ ଓ ଏହାର ୨ଶହ ମିଟର ବ୍ୟାସାର୍ଦ୍ଧ ଅଞ୍ଚଳରେ ୧୪୪ ଧାରା ଜାରି କରିଛନ୍ତି । ଏହି ଆଦେଶକୁ କଡାକଡି ଭାବେ କାର୍ଯ୍ୟକାରୀ କରିବାକୁ ପୁରୁଣା ବଜାର ଥାନା ଆଇଆଇସିଙ୍କୁ ନିର୍ଦ୍ଦେଶ ଦେବା ସହ ଏ ନେଇ ଜିଲ୍ଲାପାଳ, ଏସପି, ସିଟି ଡିଏସପି ପ୍ରମୁଖଙ୍କୁ ଅବଗତ କରାଇଛନ୍ତି ।