ଭୁବନେଶ୍ୱର: ବରିଷ୍ଠ ଆଇଏଏସ ଶାଶ୍ବତ ମିଶ୍ର ହେଲେ ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ସଚିବ । ଅର୍ଥ ବିଭାଗ ପ୍ରମୁଖ ସଚିବ ସହ ଇଡ୍କୋ ଅଧ୍ୟକ୍ଷ ଭାବେ ମଧ୍ୟ ଅତିରିକ୍ତ ଦାୟିତ୍ବରେ ରହିବେ ଶାଶ୍ୱତ । ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ୧୯୯୬ ବ୍ୟାଚ୍ର ବରିଷ୍ଠ ଆଇଏଏସ୍ ଅଫିସର ହେଉଛନ୍ତି ଶାଶ୍ବତ ମିଶ୍ର ।
ଗତବର୍ଷ ଜୁଲାଇ ମାସରେ ଅର୍ଥ ବିଭାଗର ପ୍ରମୁଖ ସଚିବ ଭାବେ ଦାୟିତ୍ୱ ନେଇଥିଲେ ବରିଷ୍ଠ ଆଇଏଏସ ଶାଶ୍ୱତ ମିଶ୍ର । ୧୯୯୬ ବ୍ୟାଚ୍ର ବରିଷ୍ଠ ଆଇଏଏସ୍ ଅଫିସର ହେଉଛନ୍ତି ଶାଶ୍ବତ ମିଶ୍ର । ଏହାଛଡ଼ା ସେତେବେଳେ ସେ ଓଏସ୍ଏସ୍ଏସ୍ସି ଅଧ୍ୟକ୍ଷ ଭାବେ ମଧ୍ୟ ଅତିରିକ୍ତ ଦାୟିତ୍ୱରେ ରହିଥିଲେ । ଏବେ ଅର୍ଥ ବିଭାଗ ପ୍ରମୁଖ ସଚିବ ସହ ଇଡ୍କୋ ଅଧକ୍ଷ ଏବଂ ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ସଚିବ ଭାବରେ ଦାୟିତ୍ୱରେ ରହିବେ । ପୂର୍ବରୁ ରାଜ୍ୟପାଳଙ୍କ ପ୍ରମୁଖ ସଚିବ ଥିବା ଶାଶ୍ୱତ ମିଶ୍ର ଶକ୍ତି ବିଭାଗର ପ୍ରମୁଖ ସଚିବ ଭାବେ ଅତିରିକ୍ତ ଦାୟିତ୍ୱ ପାଇଥିଲେ।