ଭୁବନେଶ୍ୱର : ଆସନ୍ତା କାଲି ଓଡିଶା କୁ ମିଳିବ ନୂଆ ମୁଖ୍ୟମନ୍ତ୍ରୀ । ବିଜେପି ସରକାରର ଓଡିଶାର ନୂଆ ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବ ଅନୁଷ୍ଠିତ ହେବାକୁ ଯାଉଛି । ଏହି ଅବସରରେ ଆଜି ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କୁ ନିବନ୍ତ୍ରଣ କରିବାକୁ ବିଜେପିର ୫ ବରିଷ୍ଠ ନେତା ନବୀନ ନିବାସରେ ପହଞ୍ଚିଛନ୍ତି। ଶପଥ ଉତ୍ସବରେ ଯୋଗଦେବାକୁ ନବୀନ ପଟ୍ଟନାୟକଙ୍କୁ ନିମନ୍ତ୍ରଣ କରିଛନ୍ତି। ବିଜେପିର ୫ ବରିଷ୍ଠ ନେତା ମନମୋହନ ସାମଲ, ସୁରେଶ ପୂଜାରୀ, ବସନ୍ତ ପଣ୍ଡା, ନିତ୍ୟାନନ୍ଦ ଗଣ୍ଡ, ସମୀର ମହାନ୍ତି ନବୀନ ନିବାସ ଯାଇ ନିମନ୍ତ୍ରଣ ଦେଇଛନ୍ତି।