ସୁନ୍ଦରଗଡ଼: ରାଜ୍ୟରେ ଚିନ୍ତା ବଢାଉଛି ସ୍କ୍ରବ ଟାଇଫସ୍। ସୁନ୍ଦରଗଡ଼ରେ ଆଜି ପୁଣି ୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏବେ ମୋଟ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୬୯ ଛୁଇଁଛି । ଗତ ଜାନୁୟାରୀ ୧ରୁ ସେପଟେମ୍ବର ୧୨ ତାରିଖ ମଧ୍ୟରେ ଜିଲ୍ଲାରେ ୧୩୨ ଜଣ ସ୍କ୍ରବ ଟାଇଫସ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ଜଣଙ୍କ ମୃତ୍ୟୁ ହୋଇଛି। ସେହି ରୋଗୀ ଜଣକ ପ୍ରାୟ ୨୦ ଦିନ ଧରି ଓଉଟରେ ରହି ଚିକିତ୍ସିତ ହେଉଥିଲେ । ସେ ପୂର୍ବରୁ ଅନ୍ୟାନ୍ୟ ରୋଗରେ ମଧ୍ୟ ଆକ୍ରାନ୍ତ ଥିବା କହିଛନ୍ତି। ଏହି ରୋଗକୁ ନିୟନ୍ତ୍ରଣ କରିବା ପାଇଁ ଔଷଧ ଓ ନମୁନା ପରୀକ୍ଷା ପାଇଁ ସମସ୍ତ ସୁବିଧା ଥିବା ସହ ସ୍ବତନ୍ତ୍ର ଡାକ୍ତରୀ ଦଳ ପ୍ରସ୍ତୁତ ରହିଛନ୍ତି। ଚିଗର୍ସ ନାମକ ଏକ କୀଟ କାମୁଡ଼ିବା ଦ୍ବାରା ଏହି ରୋଗର ଶିକାର ହେଉଛନ୍ତି ଲୋକେ ।