ପ୍ରବଳ ବର୍ଷା ଓ ବଜ୍ରପାତ ପାଇଁ ୨ଦିନ ବନ୍ଦ ରହିବ ଶିମିଳିପାଳ

0

ବାରିପଦା: ମୟୂରଭଞ୍ଜରେ ପ୍ରବଳ ବର୍ଷା ଓ କାଳ ବୈଶାଖୀର ଆଶଙ୍କା ଥିବାରୁ ପର୍ଯ୍ୟଟକଙ୍କ ପାଇଁ ଶିମିଳିପାଳ ଜାତୀୟ ଉଦ୍ୟାନ ୨ ଦିନ ବନ୍ଦ ରହିବ। ଆଜି ୨୨ ଓ ଆସନ୍ତାକାଲି ୨୩ ତାରିଖ ଶିମିଳିପାଳ ଜାତୀୟ ଉଦ୍ୟାନ ୨ ଦିନ ବନ୍ଦ ରହିବ ବୋଲି ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପର କ୍ଷେତ୍ର ନିର୍ଦ୍ଦେଶକ ତଥା ଆଞ୍ଚଳିକ ମୁଖ୍ୟ ବନ୍ୟପ୍ରାଣୀ ସଂରକ୍ଷକ ଏହି ସୂଚନା ଦେଇଛନ୍ତି।

ବର୍ଷା ପାଇଁ ମୟୁରଭଞ୍ଜ ଜିଲ୍ଲାକୁ ଓ୍ବାର୍ଣ୍ଣିଂ ଥିବା ବେଳେ ମଧ୍ୟମରୁ ଭାରି ବର୍ଷା ହୋଇଛି। ତତସହିତ ୨ଦିନ ପାଇଁ ବର୍ଷା ସମ୍ଭାବନା ରହିଛି। ତେଣୁ ପର୍ଯ୍ୟଟକଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ରବିବାର ଶିମିଳିପାଳ ଅଭୟାରଣ୍ୟ ପର୍ଯ୍ୟଟକଙ୍କ ନିମନ୍ତେ କରାଯାଇଛି। ଶିମିଳିପାଳ ମଧ୍ୟରେ ପାହାଡିଆ ମାଟି ରାସ୍ତାରେ ଅଘଟଣକୁ ରୋକିବା ପାଇଁ ପଦକ୍ଷେପ ଗ୍ରହଣ କରାଯାଇଛି। ଶିମିଳିପାଳ ଅଭୟାରଣ୍ୟ ମଧ୍ୟକୁ ଯଶିପୁର ପଟୁ କାଲିକାପ୍ରସାଦ ଓ ବାରିପଦା ପଟୁ ପିଠାବଟା ତନଖି ଫାଟକ ଦେଇ ଏହି ଦୁଇଦିନ ପର୍ଯ୍ୟଟକ ଗାଡି ପ୍ରବେଶ କିମ୍ବା ପ୍ରସ୍ଥାନ କରିବ ନାହିଁ ବୋଲି ଉଲ୍ଲେଖ କରାଯାଇଛି। ବର୍ଷା ପରର ସ୍ଥିତିକୁ ଦେଖି ଆଗାମୀ ପଦକ୍ଷେପ ଗ୍ରହଣ କରାଯିବ ବୋଲି କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି।