ଟ୍ରକ୍-କାର୍ ମୁହାଁମୁହିଁ ଧକ୍କା, ୬ ମୃତ

0

ଯୋଧପୁର : ରାଜସ୍ଥାନ ଯୋଧପୁରରେ ଟ୍ରକ୍-କାର୍ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି । ଫଳରେ ଘଟଣା ସ୍ଥଳରେ ୬ ଜଣଙ୍କର ମୃତ୍ୟୁ ହୋଇଛି ।

ସୂଚନାଯୋଗ୍ୟ ଯେ, ରାଜସ୍ଥାନ ଯୋଧପୁର ଡଙ୍ଗିଆବାସ ଅଞ୍ଚଳରେ ରବିବାର ବିଳମ୍ବିତ ରାତିରେ ଦୁର୍ଘଟଣା ଘଟିଛି । ଟ୍ରକ୍ ସହ କାର୍ ମୁହାଁମୁହିଁ ଧକ୍କା ହେବା ଫଳରେ ଘଟଣାସ୍ଥଳରେ ୬ ଜଣଙ୍କର ମୃତ୍ୟୁ ହୋଇଛି । ଘଟଣାସ୍ଥଳରୁ ଜଣଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଗୁରୁତର ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ଥିବା ଜଣାପଡିଛି । ମେଡିକାଲରେ ତାଙ୍କର ଚିକିତ୍ସା ଜାରି ରହିଛି । କାର୍‌ଟି ଦ୍ରୁତ ଗତିରେ ଆସୁଥିବା ଯୋଗୁଁ ହଠାତ୍ ଡ୍ରାଇଭର ନିୟନ୍ତ୍ରଣ ବାହାରକୁ ଚାଲିଯାଇଥିଲେ । ଫଳରେ ଏଭଳି ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି ବୋଲି କୁହାଯାଇଛି । ପୋଲିସ ଖବର ପାଇ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛି ।