ଓଡିଶାକୁ ପ୍ରବେଶ କରିବ ଦକ୍ଷଣ ପଶ୍ଚିମ ମୌସୁମୀ ବାୟୁ

0

ଭୁବନେଶ୍ୱର: ରାଜ୍ୟବାସୀଙ୍କୁ ତାତିରୁ ମିଳିବ ଆଶ୍ୱସ୍ତି । ଏବେ ଓଡିଶାକୁ ପ୍ରବେଶ କରିବ ଦକ୍ଷଣ ପଶ୍ଚିମ ମୌସୁମୀ ବାୟୁ । ଆଜି ଠାରୁ ଓଡିଶାର କିଛି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି । ଆସନ୍ତା ୩ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ କହିଛି ଅଞ୍ଚଳିକ ପାଣିପାଗ କେନ୍ଦ୍ର । ଆସନ୍ତା କାଲି ପର୍ଯ୍ୟନ୍ତ ରାଜ୍ୟର କୌଣସି ସ୍ଥାନକୁ ହିଟ ୱେଭ ଆଲର୍ଟ ଜାରି କରାଯାଇ ନାହିଁ । ଆଜିଠୁ ଦକ୍ଷିଣ ଓ ଉପକୂଳ ଓଡିଶାରେ ବଢିବ ବର୍ଷାର ପରିମାଣ । ଆଜି କୋରାପୁଟ, ମାଲକାନଗିରି, ଗଜପତି, ଗଞ୍ଜାମ ଓ ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳ ବର୍ଷା ହେବା ର ସମ୍ଭାବନା ରହିଛି । ଆସନ୍ତାକାଲି ଉତ୍ତର ଉପକୂଳ ସମେତ ପାର୍ଶ୍ୱବର୍ତ୍ତୀ କିଛି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏଥିପାଇଁ ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, ଗଞ୍ଜାମ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ୨୩ ଓ ୨୪ ତାରିଖରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।