ଆଜି ଶ୍ରୀଜୀଉଙ୍କ ବନକଲାଗି ନୀତି

0

ପୁରୀ: ଆଜି ମହାପ୍ରଭୁଙ୍କ ବନକଲାଗି ନୀତି ହେବ । ଆଜି ଅଣସରର ଚତୁର୍ଦଶୀ ତିଥି । ଦତ୍ତ ମହାପାତ୍ର ସେବାୟତଙ୍କ ଦ୍ୱାରା ଖଡ଼ି ପ୍ରସାଦ ବିଜେ ସହ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଘଣ୍ଟ, ଛତା କାହାଳୀ ମଧ୍ୟରେ ଶ୍ରୀନହରକୁ ଖଡ଼ି ପ୍ରସାଦ ବିଜେ କରାଯିବ । ମହାପ୍ରଭୁଙ୍କୁ ଲାଗି ହୋଇଥିବା ଖଡ଼ି ପ୍ରସାଦ ଦଇତା ପତି ଓ ଦତ୍ତତ ସେବକମାନେ ରୂପା ଥିଳିରେ ଆଣି ଗଜପତି ମହାରାଜଙ୍କୁ ପ୍ରସାଦ ଅର୍ପଣ କରିବେ । ଏହାପରେ କଳା, ଧଳା, ନାଲି, ହରିତାଳ ଆଦି ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ ଦତ୍ତ ମହାପାତ୍ର ସେବକ। ଗତକାଲି ତ୍ରୟୋଦଶୀ ତିଥିରେ ଶ୍ରୀଜିଉଙ୍କ ଘଣାଲାଗି ନୀତି ଅନୁଷ୍ଠିତ ହୋଇଥିବାବେଳେ ଆଜି ଚତୁର୍ଦ୍ଦଶୀ ତିଥିରେ ବନକଲାଗି ନୀତି ଅନୁଷ୍ଠିତ ହେବ । ଏହି ବନକଲାଗି ନୀତି ଆଜି ଓ ଆସନ୍ତାକାଲି ପର୍ୟ୍ୟନ୍ତ ଚାଲିବ । ସେହିଭଳି ରଥ ଖଳାରେ ଚିତ୍ରକର ସେବକ ରଙ୍ଗ କାର୍ୟ୍ୟ ଜାରି ରଖିଥିବା ବେଳେ ଆଜି ପାର୍ଶ୍ବଦେବଦେବୀ ଲଗାଯିବା ସହ ଅନ୍ୟାନ୍ୟ କାର୍ୟ୍ୟ କରାଯିବ। ଶ୍ରୀମନ୍ଦିରରେ ଶୁକ୍ରବାର ମହାପ୍ରଭୁଙ୍କୁ ଖଳି ଲାଗି ହୋଇଛି।