ଆଜି ଶ୍ରୀଜିଉଙ୍କ ଖସାପଡା ନୀତି; ୪ ଘଣ୍ଟା ପାଇଁ ମହାପ୍ରଭୁଙ୍କ ଦର୍ଶନ ବନ୍ଦ

0

ପୁରୀ: ଆଜି ପବିତ୍ର ଚୈତ୍ରମାସ କୃଷ୍ଣପକ୍ଷ ଚତୁର୍ଦ୍ଦଶୀ ତିଥିରେ ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ଶ୍ରୀଜିଉଙ୍କ ଖସାପଡା ନୀତି। ଦ୍ୱିତୀୟ ଭୋଗ ମଣ୍ଡପରେ ଭୋଗ ଲାଗି ପରେ ଏହି ନୀତି ସଂପନ୍ନ କରାଯିବ। ତେଣୁ ୪ ଘଣ୍ଟା ପାଇଁ ମହାପ୍ରଭୁଙ୍କ ଦର୍ଶନ ବନ୍ଦ ରହିବ। ତେବେ ସନ୍ଧ୍ୟା ୬ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସାଧାରଣ ଦର୍ଶନ ବନ୍ଦ ରହିବା ନେଇ କୁହାଯାଉଛି । ଏହି ନୀତି ଶ୍ରୀଜିଉଙ୍କର ଶ୍ରୀପୟର ସୁରକ୍ଷା ଲାଗି କରାଯାଇଥାଏ। ଏହି ନୀତିରେ ମହାପ୍ରଭୁଙ୍କ ଶ୍ରୀପୟରକୁ ଧଳା କପଡାରେ ଘୋଡାଇ ଦିଆଯାଏ। ବର୍ଷରେ ଦୁଇରୁ ତିନିଥର ଏହି ନିତି ସମ୍ପାଦନ କରାଯାଏ। ଯେହେତୁ ଦେବସ୍ନାନ ପୁର୍ଣ୍ଣମୀ ଓ ଶ୍ରୀଗୁଣ୍ଡିଚା ଯାତ୍ରା ଆଦିରେ ମହାପ୍ରଭୁଙ୍କ ପହଣ୍ଡି କରାଯାଇଥାଏ। ତେଣୁ ଏହା ପୁର୍ବରୁ ଖସାପଡ଼ା ନୀତି କରାଯାଇଥାଏ। ଆଗକୁ ଦେବସ୍ନାନ ପୂର୍ଣ୍ଣିମା ଓ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା ରହିଥିବାରୁ ଶ୍ରୀଜିଉଙ୍କ ପହଣ୍ଡି ହେବ। ଏଣୁ ଏହାପୂର୍ବରୁ ଅର୍ଥାତ ଆଜି ପୁନର୍ବାର ଖସାପଡ଼ା ନୀତି ଅନୁଷ୍ଠିତ ହେବ । ଖସାପଡା ନୀତି ସଂପନ୍ନ ହେବା ପରେ ମହାପ୍ରଭୁଙ୍କ ସହାସ୍ନାନ ନୀତି ଅନୁଷ୍ଠିତ ହେବ । ଏହାପରେ ପୁଣଇ ମହାପ୍ରଭୁଙ୍କୁ ଦର୍ଶନ କରିପାରିବେ ଶ୍ରଦ୍ଧାଳୁ ।