ଭୁବନେଶ୍ୱର: ଉଚ୍ଚମାଧ୍ୟମିକ ବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ମଧ୍ୟରେ ରାଜ୍ୟସ୍ତରୀୟ ଓଡ଼ିଆ ପ୍ରବନ୍ଧ, ଓଡ଼ିଆ ତର୍କ,ଇଂରାଜୀ ପ୍ରବନ୍ଧ, ଇଂରାଜୀ ତର୍କ ଓ କୁଇଜ ପ୍ରତିଯୋଗିତା ବିଜେବି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି । ଏହା ପୂର୍ବରୁ ରାଜ୍ୟରେ ୧୨୮୮ ଗୋଟି ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଓ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସ୍ତରରେ ଜିଲ୍ଲା ସ୍ତରରେ ଏହି ପ୍ରତିଯୋଗିତା କରାଯାଇଥିଲା । ଜିଲ୍ଲା ସ୍ତରୀୟ ପ୍ରତ୍ୟେକ ପ୍ରତିଯୋଗିତାରେ ପ୍ରଥମ ସ୍ଥାନ ଅଧିକାର କରିଥିବା ୩୦ଟି ଜିଲ୍ଲାର ଛାତ୍ରଛାତ୍ରୀ ଏହି ପ୍ରତିଯୋଗିତାରେ ଅଂଶ ଗ୍ରହଣ କରିଥିଲେ । ଏହି ପ୍ରତିଯୋଗିତାର ବିଷୟବସ୍ତୁ ଯଥା ଶକ୍ତି ସଂରକ୍ଷଣ, ଜଳବାୟୁ ପରିବର୍ତ୍ତନର ପ୍ରଭା. ମହିଳା ସଶକ୍ତିକରଣ, ସାଇବର ଠକେଇ, ଇ-ବାଣିଜ୍ୟ, ସ୍ୱାସ୍ଥ୍ୟସେବା, ସ୍କାର୍ଟ କୃଷି ଇତ୍ୟାଦି ଉପରେ ଆଧାରିତ ଥିଲା । ଏହି ପ୍ରତିଯୋଗିତାରେ ପ୍ରଥମ, ଦ୍ୱିତୀୟ ଓ ତୃତୀୟ ସ୍ଥାନ ଅଧିକାର କରିଥିବା କୃତୀ ପ୍ରତିଯୋଗୀମାନଙ୍କୁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ସ୍ୱତନ୍ତ୍ର ଶାସନ ସଚିବ ଶ୍ରୀମତୀ ଶୁଭାଶ୍ରୀ ନନ୍ଦ ମୁଖ୍ୟ ଅତିଥି ଭାବେ ଯୋଗଦେଇ ପୁରସ୍କୃତ କରିବା ସଙ୍ଗେ ସଙ୍ଗେ ସେମାନଙ୍କ ଉଜ୍ୱଳ ଭବିଷ୍ୟତ ନିମନ୍ତେ ପ୍ରେରଣା ଦେଇଥିଲେ ।