ମାଞ୍ଜା ସୂତାରେ ଗୁଡ଼ି ଉଡ଼ାଇଲେ ନିଆଯିବ କଠୋର କାର୍ଯ୍ୟାନୁଷ୍ଠାନ : ଡିସିପି ଅମରେନ୍ଦ୍ର ପଣ୍ଡା

0

କଟକ: ମକର ସଂକ୍ରାନ୍ତି ପୂର୍ବରୁ ବିଭିନ୍ନ ସ୍ଥାନରେ ଆରମ୍ଭ ହୋଇଛି ଗୁଡି ଉଡ଼ା। ଗୁଡି ଉଡ଼ା ସମୟରେ ଘଟୁଥିବା ଦୁର୍ଘଟଣାକୁ ଦୃଷ୍ଟିରେ ରଖି କଟକ କମିଶନରେଟ ପୋଲିସ ପକ୍ଷରୁ ଦୃଢ ପଦକ୍ଷେପ ନିଆଯାଇଛି। ମାଞ୍ଜା ସୂତାରେ ଗୁଡ଼ି ଉଡ଼ାଇଲେ କଠୋର କାର୍ଯ୍ୟାନୁଷ୍ଠାନ ନିଆଯିବ । ମାଞ୍ଜା ସୂତାରୁ କଟୁଛି ଲୋକଙ୍କ ବେକ । ଗତ ୭ଦିନରେ ମାଞ୍ଜା ସୂତା ଦୁର୍ଘଟଣାରେ ୫ଜଣ ଆହତ ହେଲେଣି । ଏହାକୁ ଦୃଷ୍ଟିରେ ରଖି କମିଶନରେଟ ପୋଲିସ ତତ୍ପରତା ଦେଖାଇଛି । ନିୟମିତ ଭାବେ ପୋଲିସ ମାଞ୍ଜା ସୂତା ରେଡ୍ କରୁଛି ବୋଲି କହିଛନ୍ତି ଅତିରିକ୍ତ ଡିସିପି ଅମରେନ୍ଦ୍ର ପଣ୍ଡା । ମାଞ୍ଜା ସୂତା ବିକ୍ରି କିମ୍ବା ସୂତାରେ ଗୁଡ଼ି ଉଡ଼ାଇଲେ ପୋଲିସ ପକ୍ଷରୁ କଡ଼ା ପଦକ୍ଷେପ ନିଆଯିବ ବୋଲି କହିଛନ୍ତି ଅତିରିକ୍ତ ଡିସିପି ଅମରେନ୍ଦ୍ର ପଣ୍ଡା ।