ମାଟ୍ରିକ ପରୀକ୍ଷା ଦେବା ପୂର୍ବରୁ ପରୀକ୍ଷାର୍ଥୀଙ୍କ ମୃତ୍ୟୁ

0

ସୋର: ଅଧା ରହିଗଲା ମାଟ୍ରିକ ପରୀକ୍ଷା । ପରୀକ୍ଷା ଦେବାକୁ ବାହାରୁଥିବା ବେଳେ ଦେହ ଅସୁସ୍ଥ ହେବାରୁ ପରିବାର ଲୋକେ ସୋର ଡାକ୍ତରଖାନାକୁ ଦେଇଥିଲେ । ସେଠାରେ ଛାତ୍ର ଜଣଙ୍କର ମୃତ୍ୟୁ ହୋଇଥିବା ଜଣାପଡିଛି । ଯାହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଶୋକାକୂଳ ପରିବେଶ ସୃଷ୍ଟି ହୋଇଛି । ଏଭଳି ଘଟଣା ଦେଖିବାକୁ ମିଳିଛି ବାଲେଶ୍ୱର ଜିଲ୍ଲା ବାହାନଗା ବ୍ଲକ ବାରିପଦା ଗାଁର ରେ । ମୃତ ଛାତ୍ର ଜଣଙ୍କ ହେଉଛନ୍ତି ସେହି ଗ୍ରାମର କୈଳାଶ ଚନ୍ଦ୍ର ମାଝୀଙ୍କ ପୁଅ ଚନ୍ଦ୍ରଶେଖର ମାଝୀ ନିକଟସ୍ଥ ଆରୁହାବାଡ ହାଇସ୍କୁଲରେ ପଢନ୍ତି ।
ସୂଚନା ଅନୁଯାୟୀ , ଗତ ତିନିଦିନ ତଳେ ଘର ପାଖରେ ଜଣଙ୍କ ଘରକୁ ଭୋଜି ଖାଇବାକୁ ଯାଇ ଯାଇଥିଲେ । ସେହିଦିନ ରାତିରେ ପେଟ ଯନ୍ତ୍ରଣା ହେବାରୁ ତାଙ୍କୁ ସୋର ଡାକ୍ତରଖାନାକୁ ନେଇଥିଲେ ପରିବାର ଲୋକେ । ସେଠାରୁ ସାମାନ୍ୟ ସୁସ୍ଥତା ଅନୁଭବ କରିବା ପରେ ଘରକୁ ଯାଇଥିଲେ । ମାତ୍ର ପେଟ ବ୍ୟଥ କମିନଥିବା ବେଳେ ଆଜି ପରୀକ୍ଷା ଦେବା ପାଇଁ ବାହାରିବା ବେଳେ ଅଚାନକ ତଳେ ପଡିଯାଇଥିଲେ । ପରିବାର ଲୋକେ ତାଙ୍କୁ ତୁରନ୍ତ ସୋର ମେଡିକାଲକୁ ନେଇଥିଲେ । ହେଲେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ଖବର ପାଇ ସୋର ପୁଲିସ ପହଞ୍ôଚ ଘଟଣାର ତଦନ୍ତ ଆରମ୍ଭ କରିଛି ।