ମିଆଁମାର ପରେ ଭୂକମ୍ପରେ ଥରିଛି ତାଜିକିସ୍ତାନ । ରବିବାର ତାଜିକିସ୍ତାନରେ ଗୋଟିଏ ଘଣ୍ଟା ମଧ୍ୟରେ ୨ଟି ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ତୀବ୍ରତା ୬.୧ ରେକର୍ଡ ହୋଇଛି । ଭୃଗର୍ଭ ଠାରୁ ୧୬ କିଲୋମିଟର ଭିତରେ ଭୂକମ୍ପର କେନ୍ଦ୍ରସ୍ଥଳ ଥିଲା । ଭୂମିକମ୍ପ ଝଟକାରେ ଥରିଲା ଘରଦ୍ବାର ।
ଭୂକମ୍ପର ଝଟ୍କା ଅନୁଭୂତ ହେବା ମାତ୍ରେ ଲୋକମାନେ ଭୟଭୀତ ହୋଇ ଘରୁ ବାହାରକୁ ବାହାରି ଆସିଥିଲେ। ତଥାପି କୌଣସି ବଡ଼ କ୍ଷୟକ୍ଷତି କିମ୍ବା ଜୀବନହାନି ବିଷୟରେ ଏପର୍ଯ୍ୟନ୍ତ କୌଣସି ସୂଚନା ମିଳିନାହିଁ।