୭ରୁ ରାଜ୍ୟ ସରକାରଙ୍କ ନିବେଶକ ସମ୍ମିଳନୀ

0

ଭୁବନେଶ୍ୱର: ଆସନ୍ତା ଅଗଷ୍ଟ ୭, ୮ ଓ ୯ ତାରିଖରେ ଅନୁଷ୍ଠିତ ହେବ ରାଜ୍ୟ ସରକାରଙ୍କ ନିବେଶକ ସମ୍ମିଳନୀ  । ପୁଣେ ଓ ଅହମ୍ମଦାବାଦରେ ହେବ ଏହି ସମ୍ମିଳନୀ । ଏନେଇ ସୂଚନା ଦେଇଛନ୍ତି ଶିଳ୍ପ ମନ୍ତ୍ରୀ ସମ୍ପଦ ସ୍ୱାଇଁ । ଏହି ସମ୍ମିଳନୀରେ ଅଟୋମୋବାଇଲ୍, ଫୁଡ୍ ପ୍ରୋସେସିଂ, ଡାଉନ୍ ଷ୍ଟ୍ରିମ୍ ଇଣ୍ଡଷ୍ଟ୍ରି ଆଦି ଯୋଗଦେବେ । ନିବେଶକଙ୍କ ସହ ହେବ ୱାନ୍ ଟୁ ୱାନ୍ ଆଲୋଚନା ଓ ଗୋଲ ଟେବୁଲ୍ ବୈଠକ  ।

ସୂଚନା ଅନୁସାରେ, ଆସନ୍ତା ଅଗଷ୍ଟ ୭ ତାରିଖରୁ ପୁଣେ ଓ ଅହମ୍ମଦାବାଦରେ ଆରମ୍ଭ ହେବ ନିବେଶକ ସମ୍ମିଳନୀ । ଅଗଷ୍ଟ ୭ରୁ ଏହା ଆରମ୍ଭ ହୋଇ ଅଗଷ୍ଟ ୯ରେ ଶେଷ ହେବ  । ଏହି ସମ୍ମିଳନୀରେ ଯୋଗଦେବେ ଶିଳ୍ପ, ଏମଏସଏମଇ ମନ୍ତ୍ରୀଙ୍କ ସହ ଅନ୍ୟ ବିଭାଗୀୟ ଅଧିକାରୀମାନେ । ତେବେ ୨୦୨୯ ସୁଦ୍ଧା ଅଢ଼େଇ ଲକ୍ଷ କୋଟିରୁ ଅଧିକ ପୁଞ୍ଜି ଆଣିବାକୁ ଲକ୍ଷ ରଖିଛନ୍ତି ରାଜ୍ୟ ସରକାର । ଚଳିତ ବର୍ଷ ଉତ୍କଳ ଉତ୍କର୍ଷ ସମ୍ମିଳନୀ ଆୟୋଜିତ କରି ଅଧିକ ପୁଞ୍ଜି ଆଣିବାକୁ ଲକ୍ଷ ରଖିଛନ୍ତି ରାଜ୍ୟ ସରକାର ।