ଭୁବନେଶ୍ବର : ମାଘରେ ବାଘ ପରି ଖରା । ଏବେ ଠାରୁ ଜଳିଲାଣି ସାରା ରାଜ୍ୟ । ଫେବ୍ରୁଆରୀ ଆରମ୍ଭରୁ ବଢିଲା ପାରଦ । ଆଜି ରାଜଧାନୀ ଭୁବନେଶ୍ବରରେ ତାପମାତ୍ରା ୩୪ ଡିଗ୍ରୀ ଟପିଛି । ଦ୍ବିପ୍ରହର ସାଢେ ୨ଟା ସୁଦ୍ଧା ଭୁବନେଶ୍ବରରେ ତାପମାତ୍ରା ୩୪.୪ ଡିଗ୍ରୀ ସେଲସିୟସ ରେକଡ କରାଯାଇଛି। ରାଜ୍ୟର ଅନେକ ସହରରେ ତାପମାତ୍ରା ପ୍ରାୟତଃ ସ୍ବାଭାବିକ ଅପେକ୍ଷା ବଢିଛି । ଆସନ୍ତା ୭ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପାଗ ମୁଖ୍ୟତଃ ଶୁଖିଲା ରହିବା ସହ ତାପମାତ୍ରା ବୃଦ୍ଧି ହେବ ।
ଉପକୂଳ ଓଡ଼ିଶା ସମେତ ଆଭ୍ୟନ୍ତରୀଣ ଓଡ଼ିଶାରେ ତାତି ବୃଦ୍ଧି ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ବିଶେଷକରି ପଶ୍ଚିମ ଓଡ଼ିଶାରେ ତାପମାତ୍ରା ଅଧିକ ବଢିବ । ଝାରସୁଗୁଡା, ସମ୍ବଲପୁର, ସୁନ୍ଦରଗଡ, ବରଗଡ, ବଲାଙ୍ଗିର, ସୋନପୁର, ନୂଆପଡା ଭଳି ଜିଲ୍ଲାରେ ମେଘମୁକ୍ତ ଆକାଶ ରହିବା ସହ ଦିନ ତାପମାତ୍ରା ୩୦ ରୁ ୩୪ ଡିଗ୍ରୀ ସେଲସିୟସ ମଧ୍ୟରେ ତାପମାତ୍ରା ରେକର୍ଡ ହେବ ।