ଗଜପତି/ବିବେକା ନନ୍ଦ ବେହେରା : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ଠାରେ ଗଜପତି ଜିଲ୍ଲା ବିଜୁ ଜନତା ଦଳ ପକ୍ଷରୁ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କର ୧୦୮ତମ ଜନ୍ମ ଜୟନ୍ତୀ ପାଳିତ ହୋଇଯାଇଛି। ଏହି ଅବସରରେ ପାରଳାଖେମୁଣ୍ଡି ଠାରେ ଥିବା ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତିରେ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଜୀ ତିରୁପତି ରାଓ, ନଗର ସଭାପତି ଶୁଦ୍ଧି ରଞ୍ଜନ ମହାପାତ୍ର, ବିଜେଡି ଯୁବ ଉପ ସଭାପତି ଇଂ ରୂପେଶ ପାଣିଗ୍ରାହୀ, ଉପାଧ୍ୟକ୍ଷ ଲେଙ୍କା ମଧୁ, ଜିଲ୍ଲା ବିଜେଡି ଯୁବ ସଭାପତି ଏସ ଲିଙ୍ଗରାଜ ପ୍ରମୁଖ ଉପସ୍ଥିତ ରହି ବିଜୁବାବୁଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ । ପରେ ବଜାର ଛକ ଠାରେ ଥିବା ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ମହାରାଜାଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରାଯାଇ ଥିଲା ତାପରେ ଏକ ସାଇକେଲ ରାଲି କରାଯାଇଥିଲା । ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ରୋଗୀ ମାନଙ୍କୁ ଫଳ ବଣ୍ଟନ କରାଯାଇଥିଲା। ଏହି ଉପଲକ୍ଷେ ଓଡ଼ିଶା ମୋ ପରିବାର ଜୀବନ ବିନ୍ଦୁ ପକ୍ଷରୁ ଗୁମ୍ମାର କଲ୍ୟାଣ ମଣ୍ଡପ ଠାରେ ଏକ ରକ୍ତ ଦାନ ଶିବିର ଅନୁଷ୍ଠିତ ହୋଇ ଯାଇଛି। ଏହି କାର୍ଯ୍ୟକ୍ରମ ରେ ଲକ୍ଷ୍ମୀ କାନ୍ତ ପରିଚ୍ଛା, ଇଂ ରୂପେଶ ପାଣିଗ୍ରାହୀ, ମୋ ଜୀବନ ବିନ୍ଦୁ ର ସଂଯୋଜିକା ଇନ୍ଦିରା ପଟ୍ଟନାୟକ, ଗୁମ୍ମା ବ୍ଳକ ଅଧ୍ୟକ୍ଷା ସୁନେମି ମଣ୍ଡଳ, ଜମା ଦାର ପଟ୍ଟନାୟକ, ପ୍ରଦୀପ ନାୟକ, ପଲ୍ଲବୀ ଲିମା, ବହୁ ବିଜେଡି ନେତା ଓ କର୍ମୀ ଉପସ୍ଥିତ ଥିଲେ।