ପାଣିପାଗ: ସକ୍ରିୟ ରହିଛି ଘୂର୍ଣ୍ଣିବଳୟ। ଉତ୍ତର-ପୂର୍ବ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଥିବାବେଳେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ଲଘୁଚାପ କ୍ଷେତ୍ରର ରୂପ ନେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଗତ ଦୁଇ ଦିନ ଧରି ରାଜ୍ୟରେ ବର୍ଷା ଲାଗି ରହିଥିବାବେଳେ ଆଜି ମଧ୍ୟ ରାଜ୍ୟର କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି। ତେବେ ଆସନ୍ତା ୭ ତାରିଖ ଯାଏଁ କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ବର୍ଷା ସହ ବିଜୁଳି ଘଡ଼ଘଡ଼ି ହେବାର ମଧ୍ୟ ସମ୍ଭାବନା ରହିଛି।