ଭୁବନେଶ୍ୱର: ଦକ୍ଷିଣ ବାଲାଂଦେଶ ଓ ଆଖପାଖ ଅଞ୍ଚଳରେ ୫.୮ କିମି ଉପରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହା ପ୍ରଭାବରେ ରାଜ୍ୟରେ ମେଘୁଆ ପାଗ ସହ ବର୍ଷା ହେଉଛି । ତେବେ ଆଜି ଠାରୁ ବର୍ଷାର ପରିମାଣ ବଢିବା ସହ ୫ଦିନ ବର୍ଷିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଆକଳନ କରିଛି । ଆଜି ରାଜ୍ୟର ସମସ୍ତ ଜିଲ୍ଲାର ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମଧରଣ ବର୍ଷା ହୋଇପାରେ । ତେବେ ୨୦ ଜିଲ୍ଲାର କିଛି ସ୍ଥାନରେ ଝଡବର୍ଷାର ଅଶଙ୍କା ଥିବାରୁ ଉକ୍ତ ଜିଲ୍ଲାଗୁଡିକୁ ୟେଲୋ ୱାର୍ନିଂ ଜାରି କରାଯାଇଛି । ଏହି ସବୁ ଜିଲ୍ଲା ଗୁଡିକ ମଧ୍ୟରେ ବାଲେଶ୍ୱର ,ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଜଡ, ଗଞ୍ଜାମ, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୋଳ, ଢେଙ୍କାନାଳ, ବୌଦ୍ଧ, କନ୍ଧମାଳ, ସୋନପୁର, ସମ୍ବଲପୁର, ଓ ବଲାଙ୍ଗୀର ରହିଛି । ତେବେ ନ୍ଦେୁଝର, ମୟୂରଭଞ୍ଜ,ଢେଙ୍କାନଳ ଓ ଯାଜପୁରରେ ପ୍ରବଳ ବର୍ଷା ନେଇ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି । ୧୬ ତରିଖରେ ଉତ୍ତର ଓଡିଶା , ଦକ୍ଷିଣ ଉପକୂଳବର୍ତ୍ତୀ ଓ ଦକ୍ଷିଣ ଆଭ୍ୟନ୍ତରୀଣ ଓଡିଶାର ବିଭିନ୍ନ ସ୍ଥାନରେ ଘଡଘଡି ସହ ବର୍ଷା ସମ୍ଭାବନା ରହିଛି । ସୁନ୍ଦରଗଡ, ଦେବଗଡ, ସମ୍ବଲପୁର, କେନ୍ଦୁଝର,ମୟୂରଞ୍ଜ, ବାଲେଶ୍ୱର ଓ ଭଦ୍ରକରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।
ତେବେ ୧୭ ତରିଖରେ ଉତ୍ତର ଓ ଦକ୍ଷିଣ ଓଡିଶାର ଅଧିକାଂଶ ଅଞ୍ଚଳରେ ଘଡଘଡି ସହ ବର୍ଷା ହେବ ଓ ଝାରସୁଗୁଡା , ସମ୍ବଲପୁର, ଅନୁଗୁଳ, କେନ୍ଦୁଝର, ଓ ମୟୂରଭଞ୍ଜ ଜିଲ୍ଲାର କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ସେହିପରି ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ ,ଢେଙ୍କାନାଳ, ସୁନ୍ଦରଗଡ, ଦେବଗଡ, ବରଗଡ, ସୋନପୁର, ବୌଦ୍ଧ ଓ ବଲାଙ୍ଗୀର ଜିଲ୍ଲାର ମଧ୍ୟ କେତେକ ସ୍ଥାନରେ ପ୍ରବଳ ବର୍ଷା ନେଇ ସୂଚନା ରହିଛି । ତାହା ସହ ୧୮ ତାରିଖରେ ରାଜ୍ୟର ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ହେବ । ସେହିପରି ୧୯ ତାରିଖବେଳକୁ ଆଭ୍ୟନ୍ତରୀଣ ଓ ଉପକୂଳବର୍ତ୍ତୀ ଓଡିଶାରେ ବର୍ଷାର ପରିମାଣ ଅଧିକ ରହିବ ବୋଲି ଆକଳନ କରାଯାଇଛି ।