ବିଜେଡିର ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ଘୋଷଣା, ନମ୍ବର ୱାନ ଷ୍ଟାର କ୍ୟାମ୍ପେନର ନବୀନ
ବ୍ରଜରାଜନଗର: ବ୍ରଜରାଜନଗର ଉପ-ନିର୍ବାଚନ ପାଇଁ ଷ୍ଟାର ପ୍ରଚାରକ ତାଲିକା ଘୋଷଣା କଲା ବିଜେଡି । ଉପ-ନିର୍ବାଚନ ପ୍ରଚାର ପାଇଁ ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ଘୋଷଣା ହୋଇଛି। ଚଳିତ ବର୍ଷ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ କରିବେ ଉପ-ନିର୍ବାଚନ ପ୍ରଚାର । ଅନ୍ୟପକ୍ଷେ ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକାରେ ଅନେକ ବରିଷ୍ଠ ନେତା ଓ ମନ୍ତ୍ରୀଙ୍କ ନାଁ ସାମିଲ ରହିଛି । ବିଜେଡିର ଏହି ତାଲିକାରେ ପ୍ରଣବ ପ୍ରକାଶ ଦାସ, ଦେବୀ ମିଶ୍ର, ପ୍ରଶନ୍ନ ଆଚାର୍ଯ୍ୟ, ନିରଞ୍ଜନ ପୂଜାରୀ, ଅରୁଣ ସାହୁ, ପ୍ରତାପ ଜେନା ପ୍ରମୁଖଙ୍କ ନାଁ ରହିଛି । ସ୍ବାସ୍ଥ୍ୟ ମନ୍ତ୍ରୀ ନବ ଦାସଙ୍କୁ ଗୁରୁଦାୟିତ୍ବ ମିଳିଥିବା ବେଳେ ଅନ୍ୟ ମନ୍ତ୍ରୀ, ବିଧାୟକ, ସାଂସଦଙ୍କୁ ଦାୟିତ୍ବ ଦେଇଛନ୍ତି ସୁପ୍ରିମୋ ନବୀନ । ତେବେ ଏହି ସବୁ ପୁରଖା ନେତା ପାଳି କରି ପ୍ରଚାର ମୈଦାନକୁ ଓହ୍ଲାଇ ବିଜେଡି ପ୍ରାର୍ଥୀ ଅଳକା ମହାନ୍ତିଙ୍କ ପାଇଁ ପ୍ରଚାର କରିବେ । ସେହିଭଳି ପ୍ରଥମ ଥର ପାଇଁ
ପଞ୍ଚାୟତ ଓ ପୌର ନିର୍ବାଚନରେ ଲୋକଙ୍କ ଦ୍ବାରା ପ୍ରତ୍ୟାଖ୍ୟାତ ହେବା ପରେ ବ୍ରଜରାଜନଗର ଉପନିର୍ବାଚନକୁ ନେଇ ଆଶା ବାନ୍ଧିଛନ୍ତି ବିରୋଧୀ । ଦଳୀୟ ନେତାଙ୍କୁ ଉତ୍ସାହିତ କରିବାକୁ ପ୍ରଚାରକୁ ଆସିବାକୁ ଅଣ୍ଟା ଭିଡ଼ିଛନ୍ତି କେନ୍ଦ୍ରୀୟ ନେତା । ୨୩ ତାରିଖରୁ କଂଗ୍ରେସ ଜୋରଦାର ପ୍ରଚାର କରିବାକୁ ଥିବା ବେଳେ, ବିଜେପି ବି ନିର୍ବାଚନ ପ୍ରଚାର ଜୋରଦାର କରିବାକୁ ପ୍ଲାନ୍ କରିଛି ।ଦଳର ଏକ ନମ୍ବର ଷ୍ଟାର କ୍ୟାମ୍ପେନର ହେଉଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାକୟ । ମୁଖ୍ୟମନ୍ତ୍ରୀଙ୍କ ସହ ପ୍ରଚାର ମଙ୍ଗ ଧରିବେ ୮ ମନ୍ତ୍ରୀ । ଏହାସହ ବଛାବଛା ବିଧାୟକ ତଥା ଟାଣୁଆ ନେତାଙ୍କୁ ଦିଆଯାଇଛି ବ୍ରଜରାଜନଗର ଦାୟିତ୍ବ ।
ପାଲି ପାଳି କରି ଏମାନେ ପ୍ରଚାର ମୈଦାନକୁ ଓହ୍ଲାଇ ବିଜେଡି ପ୍ରାର୍ଥୀ ଅଳକା ମହାନ୍ତିଙ୍କ ପାଇଁ କରିବେ ପ୍ରଚାର । ମନ୍ତ୍ରୀ ନିରଞ୍ଜନ ପୂଜାରୀ, ପ୍ରତାପ ଜେନା, ଅରୁଣ କୁମାର ସାହୁ, ସୀମର ରଞ୍ଜନ ଦାସ, ନବ କିଶୋର ଦାସ, ସୁଶାନ୍ତ ସିଂ, ଟୁକୁନି ସାହୁ ଓ କ୍ୟାପଟେନ୍ ଦିବ୍ୟଶଙ୍କର ମିଶ୍ର ସାଜିବେ ବିଜେଡିର ବ୍ରଜରାଜନଗର ଷ୍ଟାର କ୍ୟାମ୍ପେନର । ଏହାଛଡ଼ା ପ୍ରଥମ ଥର ପାଇଁ ବିଜେପୁର ବିଧାୟିକା ରୀତା ସାହୁଙ୍କୁ ଦିଆଯାଇଛି କ୍ୟାମ୍ପେନିଂ ଦାୟିତ୍ବ । ସେହିପରି ସ୍ନେହାଙ୍ଗୀନି ଛୁରିଆ, ଲତିକା ପ୍ରଧାନ, ପ୍ରୀତିରଞ୍ଜନ ଘଡ଼େଇ, ଆକାଶ ଦାସନାୟକ ମୈଦାନକୁ ଓହ୍ଲାଇ ଅଳକାଙ୍କ ପାଇଁ ଭୋଟ୍ ଭିକ୍ଷା କରିବେ।