ମହେନ୍ଦ୍ର ତନୟା ନଦୀରୁ ଅଚିହ୍ନା ବ୍ୟକ୍ତିଙ୍କ ମୃତ ଦେହ ଉଦ୍ଧାର

0

ଗଜପତି – ପାରଳାଖେମୁଣ୍ଡିସ୍ଥିତ ମହେନ୍ଦ୍ର ତନୟା ନଦୀରୁ ଅଚିହ୍ନା ମୃତଦେହ ଉଦ୍ଧାର ହୋଇଛି । ଆଜି ସକାଳେ କିଛି ଲୋକ ପ୍ରାତଃ ଭ୍ରମଣରେ ଯାଇଥିବାବେଳେ ଅଚାନକ ନଦୀରେ ଏକ ମୃତଦେହ ଭାସୁଥିବା ଦେଖି ପୁଲିସକୁ ଖବର ଦେଇଥିଲେ । ଘଟଣା ସ୍ଥଳରେ ପାରଳା ପୁଲିସ ଏବଂ ଅଗ୍ନିଶମ ବିଭଗ କର୍ମଚାରୀମାନେ ପହଞ୍ଚି ଶବକୁ ଉଦ୍ଧାର କରିବା ସହ ବ୍ୟବଚ୍ଛେଦ ।ପାଇଁ ପାରଳାଖେମୁଣ୍ଡି ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରିଛନ୍ତି । ମୃତ ବ୍ୟକ୍ତିର ପରିଚୟ ଏପର୍ଯ୍ୟନ୍ତ ମିଳିପାରିନାହିଁ । ଏହି ଘଟଣାକୁ ନେଇ ପୋଲିସ ତଦନ୍ତ ଜାରି ରଖିଛି ।

 

Edit by sanjulata sahoo