ଶରଧାବାଲି ଅଭିମୁଖେ ଗଡିଲା ରଥ

0

ପୁରୀ: ବଡ଼ଦାଣ୍ଡରେ ଗଡ଼ିଲା ବଡ ଠାକୁର ବଳଭଦ୍ରଙ୍କ ତାଳଧ୍ୱଜ ରଥ । ପ୍ରଶାସନ ପକ୍ଷରୁ ରଥଟଣା କାମ ୪ଟାରୁ ଆରମ୍ଭ ହେବାକୁ ଥିବା ବେଳେ , ନୀତିନିର୍ଘଣ୍ଟ ଆଗୁଆ ଶେଷ ହୋଇଥିବାରୁ ଅପରାହ୍ଣ ୩ଟା ୪ ମିନଟରେ ରଥଟଣା ଆରମ୍ଭ ହୋଇଛି ।ଭକ୍ତମାନେ ପ୍ରଥମେ ବଳଭଦ୍ରଙ୍କ ତାଳଧ୍ବଜକୁ ବଡ଼ଦାଣ୍ଡରେ ଟାଣିବା ଆରମ୍ଭ କରିଦେଇଛନ୍ତି। ବେଳେ ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ଟାଣିଛନ୍ତି ଭକ୍ତ। ଆଉ କିଛି ସମୟ ପରେ ଏହାକୁ ଭକ୍ତମାନେ ଟାଣିନେଇଛନ୍ତି। ଶେଷରେ କାଳିଆ ଠାକୁରଙ୍କ ରଥ ‘ନନ୍ଦିଘୋଷ’କୁ ଶରଧାବାଲି ଅଭିମୁଖେ ଟଣିଛନ୍ତି ଭକ୍ତ।
ବିଭିନ୍ନ ନୀତିକାନ୍ତି ପରେ ନିର୍ଦ୍ଧାରିତ ସମୟ ଅନୁସାରେ ତାଳଧ୍ୱଜ ରଥ ମାଉସୀ ମା’ ଅଭିମୁଖେ ଗଡିଛି । ଡାହୁକ ରଥ ଉପରେ ଛିଡା ହୋଇ ଲମ୍ବା ବେତ ଧରି ଭକ୍ତ ମାନଙ୍କୁ ରଥ ଟାଣିବାକୁ ଉତ୍ସାହିକ କରୁଛନ୍ତି ।ରଥ ଗଡିବା ଆରମ୍ଭ ହେବା ମାତ୍ରେ ବଡଦାଣ୍ଡ ହରିବୋଲ ଓ ହୁଳହୁଳି ପ୍ରକମ୍ପିତ ହୋଇ ଉଠିଥିଲା ।ଭକ୍ତଙ୍କ ହରିବୋଲ, ହୁଳହୁଳି ଡାକ ସହ ଘଣ୍ଟଘଣ୍ଟି ଧ୍ବନିରେ ବଡ଼ଦାଣ୍ଡ ଉଛୁଳି ପଡୁଛି। ।