ମହାପ୍ରଭୁଙ୍କ ପବିତ୍ର ଘୋଷଯାତ୍ରା ପାଇଁ ମାନ୍ୟବର ରାଜ୍ୟପାଳଙ୍କୁ ନିମନ୍ତ୍ରଣ କରିଛନ୍ତି ଶ୍ରୀଜଗନ୍ନାଥ ମନ୍ଦିର ମୁଖ୍ୟ ପ୍ରଶାସକ

0

ଭୁବନେଶ୍ୱର-: ଆଉ କିଛି ଦିନ ପରେ ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା । ମହାପ୍ରଭୁଙ୍କ ପବିତ୍ର ଘୋଷଯାତ୍ରା ପାଇଁ ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନର ମୁଖ୍ୟ ପ୍ରଶାସକ ଡକ୍ଟର ଅରବିନ୍ଦ କୁମାର ପାଢ଼ୀ ଆଜି ରାଜଭବନରେ ମାନ୍ୟବର ରାଜ୍ୟପାଳ ଡକ୍ଟର ହରି ବାବୁ କମ୍ଭମପାତିଙ୍କୁ ଭେଟି ନିମନ୍ତ୍ରଣ କରିଛନ୍ତି । ମାନ୍ୟବର ରାଜ୍ୟପାଳ ଏହି ଆମନ୍ତ୍ରଣ ପାଇଁ ଡକ୍ଟର ଅରବିନ୍ଦ କୁମାର ପାଢ଼ୀଙ୍କୁ ଧନ୍ୟବାଦ ଜଣାଇଛନ୍ତି ଓ କହିଛନ୍ତି ଯେ ଘୋଷଯାତ୍ରା ଓଡ଼ିଶାର ଐତିହ୍ୟ ଓ ଆସ୍ଥାର ପ୍ରତୀକ, ମୁଁ ଏହି ପବିତ୍ର ଅବସରରେ ଅଂଶଗ୍ରହଣ କରିବି ।