ASI ଡିଜିଙ୍କୁ ଚିଠି ଲେଖିଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ

0

ପୁରୀ; ରତ୍ନଭଣ୍ଡାର ଯାଞ୍ଚ ଓ ମରାମତି ପାଇଁ ASI ଡିଜିଙ୍କୁ ଚିଠି ଲେଖିଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ । ରାଜ୍ୟସରକାରଙ୍କ ଅନୁମୋଦିତ ମାର୍ଗଦର୍ଶିକା ବା ଏସଓପି ଅନୁସାରେ ବାହର ଓ ବିତର ରତ୍ନଭଣ୍ଡାରରୁ ଆଲିମିରା ଓ ସିନ୍ଦୁକ ସ୍ଥାନାନ୍ତରିତ ହୋଇସାରିଛି । ଏହାପରେ ASI ସଂରକ୍ଷଣ ତଥା ମରାମତି କାର୍ଯ୍ୟକୁ ହାତକୁ ନେବା ପୂବରୁ ବୈଷୟିକ ଯାଞ୍ଚ କରିବାକୁ ASIଙ୍କୁ ଚିଠି ଲେଖିଲେ ଲେଖିଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ । ଅତ୍ୟାଧୁନିକ ଜ୍ଞାନକୌଶଳ ବ୍ୟବହାର କରି ଏହି ସର୍ଭେ କରିବାକୁ ଅନୁରୋଧ କରାଯାଇଛି। ଏହାଦ୍ବାରା ଯେପରି ଶ୍ରୀମନ୍ଦିର ଉପରେ କୌଣସି ପ୍ରତିକୂଳ ପ୍ରଭାବ ନ ପଡିବ ସେଥିପ୍ରତି ଧ୍ୟାନ ଦେବାକୁ ସ୍ପଷ୍ଟ ଭାବେ ଚିଠିରେ ଉଲ୍ଲେଖ କରାଯାଇଛି । ଏଥିସହ ସାମଗ୍ରିକ ବୈଷୟିକ ସର୍ଭେ ପାଇଁ ରାଜ୍ୟ ସରକାର ପ୍ରସ୍ତୁତ କରିଥିବା SOP ମଧ୍ୟ ASI ନିକଟକୁ ପଠାଯାଇଛି l ଏହି ବୈଷୟିକ ଯାଞ୍ଚ IIT ଏବଂ CBRI ଭଳି ଉଚ୍ଚମାନର ଅନୁଷ୍ଠାନ ମାନଙ୍କ ଦ୍ବାରା କରିବାକୁ ASIକୁ ପରାମର୍ଶ ଦିଆଯାଇଛି। ଅସ୍ଥାୟୀ ରତ୍ନଭଣ୍ଡାରରେ ଥିବା ଅଳଙ୍କାର ଏବଂ ମୂଲ୍ୟବାନ ସାମଗ୍ରୀର ଗଣତି ମଣତି କରାଯାଇ ପୁଣି ଥରେ ମୂଳ ରତ୍ନଭଣ୍ଡାରକୁ ସେସବୁକୁ ଆଣି ସୁରକ୍ଷିତ ରଖାଯିବ ବୋଲି ମୁଖ୍ଯ ପ୍ରଶାସକ ଚିଠିରେ ଅନୁରୋଧ କରିଛନ୍ତି।