ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ଦିନକୁ ସରକାରୀ ଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

0

ଭୁବନେଶ୍ବର : ଆସନ୍ତା ଜାନୁଆରୀ ୧୭ ତାରିଖ ଦିନ ପୁରୀଠାରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଲୋକାର୍ପଣ ଉତ୍ସବ  ଭକ୍ତି ଓ ଉତ୍ସାହର ସହିତ ଅନୁଷ୍ଠିତ ହେବାକୁ ଯାଉଛି। ଏହି ପ୍ରକଳ୍ପ  ହେବ ଓଡିଆ ଅସ୍ମିତାର  ଅନନ୍ୟ ନିଦର୍ଶନ। ଜଗତର  ନାଥ ଓ ଆରାଧ୍ୟ ଦେବତା ତଥା ସର୍ବଧର୍ମ ସମନ୍ୱୟର ପ୍ରତୀକ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତମାନେ ଯେପରି ଆନନ୍ଦର ସହ ଏହି କାର୍ଯ୍ୟକ୍ରମରେ ଯୋଗଦାନ କରି ମହାପ୍ରଭୁଙ୍କ ଉଦ୍ଦେଶ୍ୟରେ ଭକ୍ତି ନିବେଦନ କରିପାରିବେ ।  ତାହାକୁ ଦୃଷ୍ଟିରେ ରଖି  ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆସନ୍ତା ଜାନୁଆରୀ ୧୭ ତାରିଖ ଦିନଟିକୁ ସରକାରୀ ଛୁଟି ଭାବରେ ଘୋଷଣା କରିଛନ୍ତି। ଆସନ୍ତା ଜାନୁଆରୀ ୧୭ ତାରିଖ ଦିନ ରାଜ୍ୟର ସମସ୍ତ ସରକାରୀ କାର୍ଯ୍ୟାଳୟ ତଥା ସ୍କୁଲ ଓ କଲେଜ ବନ୍ଦ ରହିବ।