ଭୁବନେଶ୍ବର: ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ, ମା’ ସମଲେଇଙ୍କଠାରେ ନବାଗ୍ନ ଲାଗି ପରେ ନୂଆଁ ଖାଇବେ ସମସ୍ତେ | ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପଶ୍ଚିମ ଓଡ଼ିଶାବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜର ଟୁଇଟରରେ ଲେଖିଛନ୍ତି, କୃଷିଭିତ୍ତିକ ଗଣପର୍ବ ନୂଆଁଖାଇ ଅବସରରେ ସମସ୍ତଙ୍କୁ ମୋର ଶୁଭେଚ୍ଛା ଓ ଶୁଭକାମନା। ମା’ ସମଲେଶ୍ବରୀଙ୍କ ଆଶୀର୍ବାଦରୁ ଆପଣଙ୍କ ଜୀବନ ସୁଖ, ସମୃଦ୍ଧିରେ ଭରିଯାଉ।