ଶେଷ ସମନ୍ୱୟ ବୈଠକରେ ଭର୍ଚୁଆଲ ମାଧ୍ୟମରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ

0

ଭୁବନେଶ୍ୱର: ଶୃଙ୍ଖଳିତ ରଥଯାତ୍ରା ଉପରେ ଗୁରୁତ୍ୱାରୋପ କରି ରଥଯାତ୍ରା ସୁରୁଖୁରୁରେ ଶେଷ କରିବା ଆମ ଦାୟିତ୍ୱ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।ଶେଷ ସମନ୍ୱୟ ବୈଠକରେ ଭର୍ଚୁଆଲରେ ସାମିଲ ହୋଇ ଏପରି କହିଛନ୍ତି ମୁଖ୍ୟମନ୍ତ୍ରୀ ।
ସେ କହିଛନ୍ତି ଯେ, ଭକ୍ତମାନେ ଯେପରି ପୁରୀରୁ ଭଲ ଅନୁଭୂତି ନେଇ ଫେରିବେ, ସେ ଉପରେ ଦୃଷ୍ଟି ଦେବା ଦରକାର ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ମହାପ୍ରଭୁଙ୍କ ଆଶୀର୍ବାଦ ଆମ ସମସ୍ତଙ୍କ ଉପରେ ରହିଛି ସମସ୍ତଙ୍କ ସେବା ଓ ସମର୍ପଣ ମନୋଭାବ ଏହାକୁ ସଫଳ କରିବ ବୋଲି ମଧ୍ୟ କହିଛନ୍ତି ମୁଖ୍ୟମନ୍ତ୍ରୀ । ତା ସହିତ  ଠିକ୍ ସମୟରେ ମହାପ୍ରଭୂଙ୍କ ନୀତି ପାଳନ କରାଯିବା  ସବୁଠାରୁ  ଗୁରୁତ୍ୱପୂର୍ଣ୍ଣ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ।ଠିକ୍ ସମୟରେ ମହାପ୍ରଭୂଙ୍କ ନୀତି ପାଳନ କରାଯିବା  ସବୁଠାରୁ  ଗୁରୁତ୍ୱପୂର୍ଣ୍ଣ  କହିବା ସହ  ମହାପ୍ରଭୂଙ୍କ ଆଶୀର୍ବାଦ ସବୁବେଳେ ଆମ ସାଥୀରେ ରହିଛି ବୋଲି କହିଛନ୍ତି । ରଥଯାତ୍ରା ପୂର୍ବରୁ ଶେଷ ସମନ୍ବୟ ବୈଠକରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ସମେତ ବିଭିନ୍ନ ବିଭାଗର ପ୍ରତିନିଧି ଯୋଗ ଦେଇଥିଲେ। ରଥଯାତ୍ରା ସୂଚାରୁ ରୂପେ ଆୟୋଜନ ପାଇଁ ସବୁ ବିଭାଗ ମିଳିତ ଭାବେ କାର୍ୟ୍ୟ କରୁଛନ୍ତି ବୈଠକ ପରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ରଞ୍ଜନ କୁମାର ଦାସ ସୂଚନା ଦେଇଛନ୍ତି। ୧୫ ତାରିଖ ସୁଦ୍ଧା ପରିକ୍ରମା ମାର୍ଗ ଖୋଲିବ ବୋଲି ସେ ମଧ୍ୟ କହିଛନ୍ତି।