ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

0

ପୁରୀ: ବହୁପ୍ରତୀକ୍ଷିତ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପିତ ହୋଇଛି। ଅପରାହ୍ନ ସଢେ ଗୋଟାଏରେ ଶୁଭଲଗ୍ନରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଲୋକାର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଗଜପତି ମହାରାଜା ଦିବ୍ୟସିଂହଙ୍କ ଉପସ୍ଥିତିରେ କରାଯାଇଚି ଲୋକାର୍ପଣ । ଲୋକାର୍ପଣ ଫଳକରେ ନଡିଆ ବାଡେଇ ଲୋକାର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ । ସେହି ସମୟରେ ମୁଖ୍ୟମନ୍ତ୍ରୀଙ୍କ ସହ ୫ଟି ଅଧ୍ୟକ୍ଷ ଭି.କେ ପାଣ୍ଡିଆନ ଉପସ୍ଥିତ ରହିଥିଲେ । ଏହି ଐତିହାସିକ ମୁହୂର୍ତ୍ତକୁ ସାଢେ ଚାରି କୋଟି ଓଡ଼ିଶାବାସୀ ଅପେକ୍ଷା କରି ରହିଥିଲେ। ପରେ ମହାରାଜ ଶ୍ରୀ ଦିବ୍ୟସିଂହ ଦେବ ଯଜ୍ଞରେ ପୂର୍ଣ୍ଣାହୂତି ପ୍ରଦାନ କରିଛନ୍ତି। ଅପରାହ୍ନ ୨ଟାରୁ ୨ଟା ୩୦ ମଧ୍ୟରେ ଅନ୍ତଃ ପ୍ରଦକ୍ଷିଣ ପଥରେ ନାମ ସଙ୍କୀର୍ତ୍ତନ ସହ ଶୋଭାଯାତ୍ରା କରାଯିବ। ଅପରାହ୍ନ ୨ଟା ୩୦ରୁ ୩ଟା ପର୍ଯ୍ୟନ୍ତ ସଭାଗୃହରେ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ ହେବ। ଅପରାହ୍ନ ୩ଟା ପରେ ସର୍ବସାଧାରଣ ପରିକ୍ରମା ମାର୍ଗକୁ ଯାଇପାରିବେ। ସେହିପରି ସନ୍ଧ୍ୟାରେ ଲାଇଟ୍ ଏବଂ ସାଉଣ୍ଡ ଶୋ’ର ବ୍ୟବସ୍ଥା କରାଯାଇଛି।