ଏକାମ୍ର ପ୍ରକଳ୍ପର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

0

ଭୁବନେଶ୍ୱର: ଏକାମ୍ର ପ୍ରକଳ୍ପର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆମେନିଟିଜ ଆଣ୍ଡ ମନ୍ୟୁମେଣ୍ଟସ୍ ରିଭାଇଭାଲ ପ୍ଲାନର ଶିଳାନ୍ୟାସ । ଶେଷରେ ଏକ୍ରାମ ପ୍ରକଳ୍ପର ଡିଜାଇନ୍ ଦେଖିବା ସହିତ ପ୍ରକଳ୍ପ ପାଇଁ ଜମି ଦେଇଥିବା ୧୦୧ ଜଣ ପରିବାର ବର୍ଗଙ୍କୁ ସମ୍ମାନିତ କରାଯିବ। ଆଜି ରାତି ୩.୩୦ ସମୟରେ ୫ ଟି ସଚିବ ଭି. ପାଣ୍ଡିଆନ୍ ଯଜ୍ଞ ସ୍ଥଳ ବୁଲିବା ସହିତ ସ୍ଥିତି ଅନୁଧ୍ୟାନ କରି ଯାଇଥିଲେ। ଆଜି ହେଉଚି ପୂର୍ଣ୍ଣାହୁତି ଦିବସ। ତ୍ରୀ ଦିବସୀୟ ଏହି ଯଜ୍ଞର ଶେଷ ଦିନରେ ମୁଖ୍ୟମନ୍ତ୍ରୀ ଙ୍କ ଗସ୍ତକୁ ଦେଖି ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି। ଏହି ଅବସରରେ ବେଦ, ମନ୍ତ୍ର ଓ ପୂଜାପାଠରେ କମ୍ପୁଛି ଏକାମ୍ରକ୍ଷେତ୍ର । ସୃଷ୍ଟି ହୋଇଛି ଆଧ୍ୟାତ୍ମିକ ପରିବେଶ। ଏକାମ୍ର କ୍ଷେତ୍ର ଆମେନିଟିଜ୍ ଆଣ୍ଡ ମନ୍ୟୁମେଣ୍ଟସ୍ ରିଭାଇଭାଲ୍ ପ୍ଲାନ ଅନୁସାରେ ଆରମ୍ଭ ହେବ କାମ। ରାଜ୍ୟର ଅନ୍ୟତମ ପ୍ରମୁଖ ଶୈବପୀଠକୁ ଭବ୍ୟ ଓ ସୁନ୍ଦର କରାଯିବା ଲାଗି ଯୋଜନା ହୋଇଛି।
ସୂଚନା ଅନୁଯାୟୀ, ସୋମବାର ମାଙ୍ଗଳିକ ଅଙ୍କୁରରୋପଣ ସରିବା ପରେ ମଙ୍ଗଳବାର ପ୍ରଭୁ ଲିଙ୍ଗରାଜଙ୍କ ମନ୍ଦିର ସମ୍ମୁଖରେ ଗଢ଼ା ହୋଇଥିବା ଯଜ୍ଞ ମଣ୍ଡପରେ ହରିହରାତ୍ମକ ଯଜ୍ଞ ଆରମ୍ଭ ହୋଇଥିଲା। ଭୋର୍ ୪ଟାରୁ ବିନ୍ଦୁସାଗରରୁ କଳସ ଯାତ୍ରା ଓ ଗଙ୍ଗା ଆବାହନ କରାଯାଇଥିଲା। ପରେ ପରେ ଗୁରୁ ପୂଜନ, ପଞ୍ଚକର୍ମ, ସୂର୍ଯ୍ୟପୂଜା, ଗୋପୂଜା, ଧରିତ୍ରୀ ପୂଜା, ବାହ୍ୟଦ୍ୱାର ପୂଜା, ଦୀକ୍ଷା ଗ୍ରହଣ, ଶିଳା ପ୍ରବେଶ ଓ ମଣ୍ଡଳ ପୂଜା ସରିବା ପରେ ପ୍ରାୟ ୨ଟା ବେଳକୁ ଅଗ୍ନି ସ୍ଥାପନ (ହବନ) ଓ ଯଜ୍ଞ କର୍ମ କାର୍ଯ୍ୟ ଆରମ୍ଭ କରାଯାଇଥିଲା। ବେଦବାଚସ୍ପତି ବୀରେନ୍ଦ୍ର କିଶୋର ତ୍ରିପାଠୀଙ୍କ ସହ ୨୫ଜଣ ବ୍ରାହ୍ମଣ ଓ ବେଦପାଠୀମାନେ ଯଜ୍ଞ କରିଥିଲେ। ଆଜି ଆଷାଢ଼ ଶୁକ୍ଳ ପକ୍ଷ ଦଶମୀ ତିଥିରେ ଯଜ୍ଞ ପୂର୍ଣ୍ଣାହୁତି ହେଉଛି। ଏଥିପାଇଁ ସକାଳ ୬ଟା ୩୦ ପରେ ସୂର୍ଯ୍ୟପୂଜା, ଦ୍ବାରପାଳ ପୂଜା, ଶାଳା ପୂଜା, ଅଗ୍ନିପୂଜା ଓ ବଦନ ପରେ ୯ଟା ୩୦ ବେଳକୁ ଶିଳା ଶିଶୋଧନ, ଶିଳା ପ୍ରତିଷ୍ଠା, ଗର୍ଭ ସଂସ୍କାର ଓ ଶିଳାନ୍ୟାସ କର୍ମ କରାଯିବା ପରେ ଯଜ୍ଞ ପୂର୍ଣ୍ଣାହୁତି ହୋଇଛି।