ପୁରୀ ବାଣ ବିସ୍ଫୋରଣରେ ହୋଇଥିବା ଆହତଙ୍କୁ ଭେଟି ସ୍ୱାସ୍ଥ୍ୟବସ୍ଥା ପଚାରି ବୁଝିଲେ ମୁଖ୍ୟମନ୍ତ୍ରୀ

0

ଭୁବନେଶ୍ୱର: ସମ ହସ୍ପିଟାଲରେ ଥିବା ପୁରୀ ବାଣ ବିସ୍ଫୋରଣରେ ଆହତଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସେମାନଙ୍କୁ ଭେଟି ସେମାନଙ୍କର ସ୍ୱାସ୍ଥ୍ୟବସ୍ଥା ସମ୍ପର୍କରେ ପଚାରି ବୁଝିଛନ୍ତି। ସମସ୍ତଙ୍କ ଆଶୁଆରୋଗ୍ୟ କାମନା କରିବା ସହ ଚିକିତ୍ସା ବ୍ୟବସ୍ଥା ନେଇ ବରିଷ୍ଠ ଡାକ୍ତରଙ୍କ ସହ ଆଲୋଚନା କରିଛନ୍ତି ।
ସୂଚନା ଅନୁଯାୟୀ, ନରେନ୍ଦ୍ର ପୁଷ୍କରିଣୀରେ ଗତ କାଲି ରାତିରେ ଠାକୁରଙ୍କ ଭଉଁରି ଚନ୍ଦନ ଯାତ୍ରା ଚାଲିଥିବାବେଳେ ବାଣ ବିସ୍ଫୋରଣ ଘଟି ୩ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୩୦ରୁ ଅଧିକ ଆହତ ହୋଇଛନ୍ତି। ମୃତକଙ୍କ ମଧ୍ୟରେ ଜଣେ ନାବଳକ ଥିବା ସୂଚନା ରହିଥିବା ବେଳେ ଆହତ ମାନଙ୍କୁ କଟକ ଓ ଭୁବନେଶ୍ବର ହସ୍ପିଟାଲ କୁ ସ୍ଥାନାନ୍ତର କରାଯାଇଛି ।