ଅଗ୍ରିଆ ସମାଜ ପାଇଁ ଅଧ ଏକର ଜମି ଓ ତିନି କୋଟି ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

0

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟି ଧନ୍ୟବାଦ ଜଣାଇଲା ଅଗ୍ରୀଆ ସମାଜ। ନିକଟରେ ଅଗ୍ରିଆ ସମାଜ ପାଇଁ ଅଧ ଏକର ଜମି ଓ ତିନି କୋଟି ଟଙ୍କା ମଞ୍ଜୁର କରିଥିଲେ ମୁଖ୍ୟମନ୍ତ୍ରୀ। ଅଗ୍ରିଆ ସମାଜ ପଶ୍ଚିମ ଓଡିଶାର ଏକ ପ୍ରମୁଖ ଗୋଷ୍ଠୀ । କୃଷି ଉପରେ ନିର୍ଭର କରୁଥିବା ଏହି ସମାଜର ଲୋକମାନେ ମୁଖ୍ୟତଃ ବରଗଡ, ସମ୍ବଲପୁର, ଝାରସୁଗୁଡା,ସୁନ୍ଦରଗଡ, କଳାହାଣ୍ଡି, ବଲାଙ୍ଗୀର ଓ ଦେବଗଡ ଆଦି ଜିଲ୍ଲାରେ ବସବାସ କରିଥାନ୍ତି । ସେମାନେ ନିକଟରେ ସେମାନଙ୍କର ବିଭିନ୍ନ ସମସ୍ୟା ସମ୍ପର୍କରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଥିଲେ । ବିଭିନ୍ନ କାର୍ୟ୍ୟକ୍ରମରେ ସେମାନେ ଭୁବନେଶ୍ୱର ଆସୁଥିବା ସମୟରେ ରହିବାରେ ଅସୁବିଧା ହେଉଥିବାରୁ ଭୁବନେଶ୍ୱର ନିକଟରେ ଏକ ଜାଗା ଦେବା ପାଇଁ ସେମାନେ ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଥିଲେ।ସେମାନଙ୍କ ଅନୁରୋଧ ରଖି ଅଗ୍ରିଆ ସମାଜର ସ୍ୱାର୍ଥକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର ନିକଟରେ ଅଗରିଆ ସମାଜ ପାଇଁ ଅଧ ଏକର ଜମି ଯୋଗାଇବା ଦିଆଯିବ ବୋଲି ଘୋଷଣା କରିଥିଲେ।