କୋରାପୁଟ: ରେଳ ଲାଇନରେ ଯବାନଙ୍କ ଖଣ୍ଡ ବିଖଣ୍ଡିତ ମୃତଦେହ ଉଦ୍ଧାର । କୋରାପୁଟ ଜିଲ୍ଲା ଟାଉନ ଥାନା ଲାଣ୍ଡିଗୁଡା ନୂଆ କଲୋନୀ ନିକଟରେ ଦେଖିବାକୁ ମିଳିଛି ଏଭଳି ଅଭାବନୀୟ ଘଟଣା । ହତ୍ୟା ନା ଆତ୍ମହତ୍ୟା ତାହା ବର୍ତ୍ତମାନ ପର୍ଯ୍ୟନ୍ତ ସ୍ପଷ୍ଟ ହୋଇ ନାହିଁ ।
ସୂଚନା ଅନୁଯାୟୀ, ଗତ କାଲି ସକାଳେ ଯବାନ ଜଣଙ୍କ ଡ୍ୟୁଟିକୁ ଯାଇଥିଲେ। ହେଲେ ଆଉ ଘରକୁ ଫେରିନଥିଲେ। ଫଳରେ ଘରକୁ ଫେରିବା ବିଳମ୍ବ ହେବାରୁ ପରିବାର ଲୋକ ଖୋଜାଖୋଜି କରିଥିଲେ । ହେଲେ ନିରାଶ ହୋଇଥିଲେ। ଆଜି ସକାଳେ ରେଳଧାରଣାରେ ଯବାନଙ୍କ ମୃତଦେହ ପଡିଥିବା ସ୍ଥାନୀୟ ଲୋକ ଦେଖିବାକୁ ପାଇଥିଲେ। ପରେ ଏନେଇ ପୁଲିସକୁ ଖବର ଦେଇଥିଲେ। ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିବା ସହ ଅଧିକ ତଦନ୍ତ ଜାରି ରଖିଛି।