ନବରଙ୍ଗପୁର : ଆଜି ନବରଙ୍ଗପୁର ଜିଲ୍ଲା ସ୍ତରୀୟ ମିଳିତ ଅମଲା ମଞ୍ଚ ନବରଙ୍ଗପୁରର ଅଧ୍ୟକ୍ଷ କୈଳାଶ ଚନ୍ଦ୍ର ଦାସ ଏବଂ ସଂଯୋଜକ ଏମ ବାଲକୃଷ୍ଣ ରାଓ ଙ୍କ ନେତୃତ୍ବରେ ଜିଲ୍ଲାର ସମସ୍ତ ସଦସ୍ୟ ସଦସ୍ୟା ବୃନ୍ଦ ଏକ ବିରାଟ ଶୋଭାଯାତ୍ରାରେ ବାହାରି ଜିଲ୍ଲାପାଳଙ୍କ କାର୍ୟ୍ୟାଳୟ ରେ ପହଞ୍ଚିବା ପରେ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଉଦ୍ଧେଶ୍ୟରେ ଜିଲ୍ଲାପାଳଙ୍କ ଅନୁପସ୍ଥିତି ରେ ଅତିରିକ୍ତ ଜିଲ୍ଲାପାଳ ଭାସ୍କର ରଇତ ଙ୍କୁ ଏକ ସ୍ମାରକପତ୍ର ପ୍ରଦାନ କରିଛନ୍ତି କ୍ଷ ଏହି ଶୋଭାଯାତ୍ରାରେ ନବରଙ୍ଗପୁର ଜିଲ୍ଲାର ବିଭିନ୍ନ ବିଭାଗରୁ ଜିଲ୍ଲା ସ୍ତରୀୟ ଅମଲା ମାନେ ଯୋଗ ଦେଇଥିଲେ କ୍ଷ ପ୍ରକାଶ ଥାଉକି, ଦୀର୍ଘ ବର୍ଷ ହେଲା ଜିଲ୍ଲା ସ୍ତରୀୟ ଅମଲା ମାନଙ୍କର ବେତନରେ ଥିବା ଅସଙ୍ଗତି କୁ ଦୂର କରିବାରେ ରାଜ୍ୟ ସରକାରଙ୍କ ଅବହେଳା ଓ ବୈମାତୃକ ମନୋଭାବ ଉପରେ ଘୋର ଅସନ୍ତୋଷ ଲାଗିରହିଥିଲା କ୍ଷ ଏଠାରେ ପ୍ରକାଶ କରା ଯାଇ ପାରେ ଯେ, ରାଜ୍ୟ ସରକାର ୨୦୧୭ ମସିହା ଠାରୁ ଜିଲ୍ଲା ସ୍ତରୀୟ ଅମଲା ମାନଙ୍କ ପ୍ରବେଶିକା ଶିକ୍ଷାଗତ ଯୋଗ୍ୟତା ସ୍ନାତକ ସହିତ କମ୍ପ୍ୟୁଟର ଜ୍ଞାନ କରିଥିଲେ ମଧ୍ୟ ବେତନରେ କୌଣସି ପ୍ରକାର ଅଭିବୃଦ୍ଧି କରି ନାହାଁନ୍ତି କ୍ଷ ଏହି ପରିପ୍ରେକ୍ଷୀରେ ରାଜ୍ୟ ସରକାରଙ୍କ ସହ ବିଭିନ୍ନ ସମୟରେ ସମଭାବାପନ୍ନ ଅମଲା ସଂଘ ପକ୍ଷରୁ ପତ୍ରାଳାପ କରିବା ସହିତ ବିଭିନ୍ନ ସ୍ତରରେ ଆଲୋଚନା ହୋଇସାରିଛି କ୍ଷ କିନ୍ତୁ, ଉପରୋକ୍ତ ସମସ୍ତ ଆଲୋଚନା ପର୍ୟ୍ୟାଲୋଚନା ଫଳ ଶୂନ୍ୟ ହୋଇଅଛି କ୍ଷ ଏହାର ପ୍ରତିବାଦରେ ଆଜିର ଶୋଭାଯାତ୍ରା ରେ ଜିଲ୍ଲା ର ବିଭିନ୍ନ ପ୍ରାନ୍ତରୁ ଯୋଗଦେଇଥିବା ସମସ୍ତ ପ୍ରତିନିଧି ମାନେ ଆଉ ଆଲୋଚନା ନୂହେଁ, ଆନ୍ଦୋଳନାତ୍ମକ କାର୍ୟ୍ୟକ୍ରମ ଜରିଆରେ ଦାବି ହାସଲ କରିବାକୁ ହେବ ବୋଲି ମତ ପ୍ରକାଶ କରିଥିଲେ କ୍ଷଯଦି ଅପ୍ରେଲ ମାସ ୩୦ ତାରିଖ ସୁଦ୍ଧା ରାଜ୍ୟ ସରକାର ଜିଲ୍ଲା ସ୍ତରୀୟ ଅମଲା ମାନଙ୍କର ଦାବି ପୂରଣ ନ କରନ୍ତି ତେବେ ମଇ ମାସ ଏକ ତାରିଖରେ ରାଜ୍ୟ ସଂଘ ସରକାରଙ୍କୁ ଏକ ଚରମ ସ୍ମାରକ ପତ୍ର ପ୍ରଦାନ କରିବା ପାଇଁ ସ୍ଥିର କରିଛନ୍ତିଫ