ଭୁବନେଶ୍ୱର : ସରକାରୀ କର୍ମଚାରୀଙ୍କ ପାଇଁ ନୂଆବର୍ଷ ଭେଟି ଦେଲେ ସରକାର। ୪ ପ୍ରତିଶତ ମହଙ୍ଗା ଭତ୍ତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏଣିକି ଉଭୟ ସରକାରୀ କର୍ମଚାରୀ ଓ ପେନସନ ଭୋଗି ମାନେ ହେବେ ଉପକୃତ । ସେମାନଙ୍କ ମହଙ୍ଗା ଭତ୍ତା ବଢ଼ାଇଛନ୍ତି ରାଜ୍ୟ ସରକାର । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅନୁମୋଦନ କ୍ରମେ ରାଜ୍ୟ ସରକାରୀ କର୍ମଚାରୀ ଏବଂ ପେନସନଧାରୀଙ୍କ ପାଇଁ ମହଙ୍ଗା ଭତ୍ତା ବୃଦ୍ଧି କରାଯାଇଛି। ମହଙ୍ଗା ଭତ୍ତାକୁ ୪ ପ୍ରତିଶତ ବୃଦ୍ଧି କରାଯାଇଛି । ରାଜ୍ୟ ସରକାରୀ କର୍ମଚାରୀ ଓ ପେନସନ ଭୋଗୀଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଚାରି ପ୍ରତିଶତ ଅତିରିକ୍ତ ମହଙ୍ଗା ଭତ୍ତା ଓ ଟିଆଇ ମଞ୍ଜୁରୀ କରିଛନ୍ତି । ଏହା ଜୁଲାଇ ପହିଲା ୨୦୨୨ ରୁ ପିଛିଲା ଭାବେ ଲାଗୁ ହେବ ।