ଆସନ୍ତା ୨୪ ଘଣ୍ଟାରେ ମୌସୁମୀ ଆଣ୍ଡାମାନ ଛୁଇଁବ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ

0

ରାଜ୍ୟରେ ଜାରୀ ରହିଛି ଗ୍ରୀଷ୍ମ ପ୍ରବାହ । ପ୍ରାୟତଃ ସହର ମାନଙ୍କରେ ତାପମାତ୍ରା ୪୦ ଡିଗ୍ରୀ ରହିଛି ପାରଦ । ମଝିରେ ମଝିରେ କାଳବୈଶାଖୀ ବର୍ଷା ହେବାରୁ ତାତିରୁ ସାମାନ୍ୟ ଆଶ୍ୱସ୍ତି ପାଉଛନ୍ତି ଲୋକେ । ତେବେ ଚଳିତ ବର୍ଷ ଶ୍ରୀଘ୍ର ମୈାସୁମୀ ଆସିବା ନେଇ ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମେ’ ୧୩ ତାରିଖରେ ମୌସୁମୀ ଆଣ୍ଡାମାନ ଛୁଇଁବ ବୋଲି ଭାରତୀୟ ପାଣିପାଗ ବିଭାଗ(ଆଇଏମଡି) ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଆଣ୍ଡାମାନ ସାଗର, ଦକ୍ଷିଣ ବଙ୍ଗୋପସାଗର ଏବଂ ଆଣ୍ଡାମାନ ନିକୋବର ଦ୍ଵୀପପୁଞ୍ଜର କିଛି ଅଞ୍ଚଳରେ ଦକ୍ଷିଣପଶ୍ଚିମ ମୌସୁମୀ ବାୟୁ ଅଗ୍ରସର ପାଇଁ ପାଣିପାଗ ସ୍ଥିତି ସମ୍ପୂର୍ଣ୍ଣ ଅନୁକୂଳ ରହିଛି। ମୌସୁମୀ ଆଣ୍ଡାମାନ ମୁହାଁ ହେଉଥିବାବେଳେ ଦେଶର ବିଭିନ୍ନ ଅଞ୍ଚଳରେ ଗ୍ରୀଷ୍ମପ୍ରବାହ ଜାରି ରହିଛି। ଓଡ଼ିଶା ଉପକୂଳରୁ ଉତ୍ତର, ପୁଣି ପଶ୍ଚିମରୁ ଦକ୍ଷିଣ ସବୁଠି ଗ୍ରୀଷ୍ମ ପ୍ରବାହ ଜାରି ରହିଛି । ୧୫ ତାରିଖ ଯାଏ ତାତିରୁ ନିସ୍ତାର ମିଳିବାର ଆଶା ନାହିଁ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ମଙ୍ଗଳବାର ମେ’ ୧୩ ପାଇଁ ରାଜ୍ୟର ୯ ଜିଲ୍ଲାକୁ ଗ୍ରୀଷ୍ମ ପ୍ରବାହ ଓ ୧୦ ଜିଲ୍ଲାକୁ ଗରମ ଗୁଳୁଗୁଳି ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।