ବହୁଚର୍ଚ୍ଚିତ ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମିରେ ଗଣଦୁଷ୍କର୍ମ ମାମଲାର ତଦନ୍ତ ଦାଇତ୍ୱ କ୍ରାଇମ୍ବ୍ରାଞ୍ଚକୁ ଦିଆଯାଇଛି
ଗୋପାଳପୁର-: ବହୁଚର୍ଚ୍ଚିତ ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମିରେ ଜଣେ କଲେଜ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ମାମଲାର ତଦନ୍ତ ଦାଇତ୍ୱ କ୍ରାଇମ୍ବ୍ରାଞ୍ଚକୁ ଦିଆଯାଇଛି । ଶୀଘ୍ର ତଦନ୍ତ କରିବା ସହ ଦୋଷୀଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ଲାଗି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ଯୋଗେଶ ବାହାଦୂର ଖୁରାନିଆଙ୍କୁ ନିର୍ଦ୍ଦେଶ ଦେବା ପରେ କ୍ରାଇମବ୍ରାଞ୍ଚ ତଦନ୍ତ ଆରମ୍ଭ କରିଛି । କ୍ରାଇମବ୍ରାଞ୍ଚର ମହିଳା ଓ ଶିଶୁ ଅପରାଧ ଶାଖା ମାମଲାର ତଦନ୍ତ ଆରମ୍ଭ କରିଛି । ଏହି ମାମଲାକୁ ରେଡ୍ ଫ୍ଲାଗ ଶ୍ରେଣୀଭୁକ୍ତ କରାଯାଇଥିବା ନେଇ ଡିଜିପି ଗଣମାଧ୍ୟମକୁ ସୂଚନା ଦେଇଛନ୍ତି ।
ଅନ୍ୟପକ୍ଷରେ ପୋଲିସ ଘଟଣାରେ ୧୦ ଅଭିଯୁକ୍ତଙ୍କୁ ଧରିଛି । ଅଭିଯୁକ୍ତଙ୍କ ମଧ୍ୟରେ ୪ଜଣ ନାବାଳକ ରହିଥିବାରୁ ସେମାନଙ୍କୁ ଜୁଭେନାଇଲ ଜଷ୍ଟିସ ବୋର୍ଡରେ ହାଜର କରାଯାଇଛି । ଘଟଣାର ୨୪ ଘଣ୍ଟା ମଧ୍ୟରେ ୩ଟି ଦଳ ଗଠନ କରି ପୋଲିସ ସମସ୍ତ ଅଭିଯୁକ୍ତଙ୍କୁ କାବୁ କରିବାର ସକ୍ଷମ ହୋଇଛି ।