କାଲି ଅପରାହ୍ନ ୪ଟାରେ ବାଜିବ ମକଡ୍ରିଲ ସାଇରନ

0

ଭୁବନେଶ୍ୱର : ଭୁବନେଶ୍ୱର: ମକଡ୍ରିଲ ନେଇ ଅଗ୍ନିଶମ ଡିଜିଙ୍କ ପ୍ରତିକ୍ରିୟା । କାଲି ଅପରାହ୍ନ ୪ଟାରେ ବାଜିବ ମକଡ୍ରିଲ ସାଇରନ । ସୂଚନା ଦେଲେ ଅଗ୍ନିଶମ ଡିଜି ସୁଧାଂଶୁ ଷଡଙ୍ଗୀ । କାଲିଠୁ ପର୍ଯ୍ୟାୟ କ୍ରମେ ସପ୍ତାହେ ଧରି କାର୍ଯ୍ୟକ୍ରମ ଚାଲିବ । କାଲି ଉପକୂଳବର୍ତ୍ତୀ ଜିଲ୍ଲା, ସହରାଞ୍ଚଳରେ ହେବ ମକଡ୍ରିଲ । ସତର୍କ କରିବା ସହ ୫ ମିନିଟ୍ ବାଜିବ ସାଇରନ୍ । ଏ କ ସପ୍ତାହ ପର୍ଯ୍ୟନ୍ତ ଚାଲିବ ମକଡ୍ରିଲ । ଶତ୍ରୁବିମାନ ଆକ୍ରମଣ କଲେ କିଭଳି ପ୍ରସ୍ତୁତ ରହିବାକୁ ହେବ ଜଣାଇ ଦିଆଯିବ । ଆସନ୍ତାକାଲି ପ୍ରତିରକ୍ଷା ପ୍ରସ୍ତୁତି ଡ୍ରିଲ କରିବେ ସମସ୍ତ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳ। ମକ୍ ଡ୍ରିଲ ପାଇଁ ନିର୍ଦ୍ଦେଶ ଦେଇଛି ଗୃହ ମନ୍ତ୍ରାଳୟ । ଦେଶରେ ଚିହ୍ନଟ ୨୫୯ ସିଭିଲ ଡିଫେନ୍ସ ଜିଲ୍ଲାଗୁଡିକରେ ହେବ ମକ ଡ୍ରିଲ୍ । ସେଥିରୁ ଓଡ଼ିଶାର ୧୨ଟି ଜିଲ୍ଲା ରହିଛି ।