ସୁନ୍ଦରଗଡ଼ରେ ଚିନ୍ତା ବଢାଇଛି ସ୍କ୍ରବ ଟାଇଫସ ପଜିଟିଭ ସଂଖ୍ୟା

0

ବ୍ୟୁରୋ : ଚିନ୍ତା ବଢାଉଛି ସ୍କ୍ରବ ଟାଇଫସ । ବଢିବାରେ ଲାଗିଛି ସ୍କ୍ରବ ଟାଇଫସ ପଜିଟିଭ ସଂଖ୍ୟା । ପଜିଟିଭ ସଂଖ୍ୟା ୨୦୦ରୁ ୨୦୬ କୁ ବୃଦ୍ଧି ପାଇଥିବାବେଳେ ଆଜି ପୁଣି ଦିନକରେ ୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ସର୍ବାଧିକ ସ୍କ୍ରବ ଟାଇଫସ ସୁନ୍ଦରଗଡ଼ରେ ଚିହ୍ନଟ ହୋଇଛନ୍ତି । ସଂକ୍ରମଣ ରୋକିବା ପାଇଁ ଜିଲ୍ଲା ସ୍ଵାସ୍ଥ୍ୟ ବିଭାଗ ପକ୍ଷରୁ ଜନସାଧାରଣଙ୍କୁ ସଚେତନ କରାଇବା ପାଇଁ ବିଭିନ୍ନ ପଦକ୍ଷେପ ନିଅ।ଯାଉଥିବା ନେଇ ସିଡିଏମଓ ସୁଚନା ଦେଇଥିବାବେଳେ ପଜିଟିଭ ସଂଖ୍ୟା ବୃଦ୍ଧିକୁ ଦୃଷ୍ଟିରେ ରଖି ଔଷଧ ମହଜୁଦ ରହିଥିବା କହିଛିନ୍ତି ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ। ତେବେ ପ୍ରତିଦିନ ସଂକ୍ରମିତଙ୍କ ସଂଖ୍ୟା ବଢିବାକୁ ଲାଗିଥିବା ବେଳେ ଜିଲ୍ଲା ପ୍ରଶାସନ ଓ ସ୍ଵାସ୍ଥ୍ୟ ବିଭାଗ ପାଇଁ ଚିନ୍ତା ବଢାଇଛି। ଅନ୍ୟପଟେ ଆଶା, ଅଙ୍ଗନବାଡ଼ିକର୍ମୀଙ୍କ ଜରିଆରେ ଲୋକଙ୍କୁ ସଚେତନ କରାଯିବା ସହ ରୋଗ ଚିହ୍ନଟ ପାଇଁ ବ୍ୟାପକ ପରୀକ୍ଷା କରାଯାଉଥିବା, କୌଣସି ବ୍ୟକ୍ତିଙ୍କଠାରେ ଏହି ରୋଗର ଲକ୍ଷଣ ଦେଖାଗଲେ, ତୁରନ୍ତ ଡାକ୍ତରଙ୍କ ପରାମର୍ଶ ନେବାକୁ କୁହାଯାଉଛି। ଆବଶ୍ୟକ ପଡ଼ିଲେ ରୋଗୀଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଉଛି ।